ସ୍ୱର୍ଗଦ୍ୱାରରେ ଲାଗିଲା କଟକଣା

ପୁରୀ(ବଡ଼ ଖବର ବ୍ୟୁରୋ): ସ୍ୱର୍ଗଦ୍ୱାରରେ ଶବଦାହରେ ଲାଗିଛି କଟକଣା । ବାହର ଜିଲ୍ଲା ଲୋକଙ୍କୁ ଶବଦାହ ପାଇଁ ବାରଣ କରାଯାଇଛି । ତେବେ କୋଭିଡ ରିପୋର୍ଟ ନେଗେଟିଭ ଥିଲେ ହିଁ ପୁରୀ ଜିଲ୍ଲାବାସୀ ସ୍ୱର୍ଗଦ୍ୱାରରେ ଶବ ଦାହ କରିପାରବେ ବୋଲି ନିର୍ଦ୍ଦେଶନାମା ଜାରୀ ହୋଇଛି । କୋଭିଡରେ ମୃତ୍ୟୁ ବରଣ କରିଥିବା ଲୋକଙ୍କ ଶବକୁ ସିପସରୁବାଲି ଅଞ୍ଚଳ ମଙ୍ଗଳାଘାଟ ନିକଟରେ ଦାହ କରାଯାଉଛି । ଏନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସାମର୍ଥ ବର୍ମା ।
ଗତବର୍ଷ ମଧ୍ୟ କୋଭିଡ କେଶ ବଢିବା ପରେ ସ୍ୱର୍ଗଦ୍ୱାରରେ ଶବଦାହ ଉପରେ କଟକଣା ଜାରୀ କରାଯାଇଥିଲା । ଚଳିତ ବର୍ଷ ମଧ୍ୟ ଏହି କଟକଣା ଜାରି କରାଯାଇଛି । ଶନିବାର ଓ ରବିବାର ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ବନ୍ଦ ରହିଛି । ଆଜି ଶ୍ରୀମନ୍ଦିରକୁ ସାନିଟାଇଜ କରାଯାଇଛି । ପୁରୀକୁ ବେଙ୍ଗଲ ପର୍ଯ୍ୟଟକଙ୍କ ପ୍ରବେଶ ଉପରେ ରୋକ ଲଗାଇଛି ପ୍ରଶାସନ । ଏହାବାଦ ପାର୍କ ଉପରେ ମଧ୍ୟ କଟକଣା ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ