Masthead

ଶ୍ରୀକ୍ଷେତ୍ରରେ ବଢିଲା କଟକଣା

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀକ୍ଷେତ୍ରରେ ବଢିଲା କଟକଣା । ଶ୍ରୀକ୍ଷେତ୍ରର କିଛି ସ୍ଥାନରେ କଟକଣାକୁ ବଢାଯାଇଛି । କେବଳ ଶ୍ରୀଗୁଣ୍ଡିଚା ମନ୍ଦିର ଓ ଆଖପାଖ ଅଂଚଳରେ ୧୩ ପରିବର୍ତ୍ତେ ୧୪ ତାରିଖ ସକାଳ ୬ଯାଏଁ ବଳବତ୍ତର ରହିବ କର୍ଫ୍ୟୁ । ତେବେ ପୁରୀ ସହରରୁ କିନ୍ତୁ କଟକଣାକୁ ହଟାଯାଇଛି । ମହାପ୍ରଭୁଙ୍କ ଆଡପ ମଣ୍ଡପ ପହଣ୍ଡିକୁ ନେଇ ପ୍ରଶାସନ ଏଭଳି ନିଷ୍ପତ୍ତି ନେଇଛି । କୁମ୍ଭାରପଡା ସାହିର ମିଶ୍ର ଲେନ ଦେଇ ବଡଶଙ୍ଖରୁ ବାନାମ୍ବର ଛକ, ପୁରୁଣା ନବକଳେବର ରୋଡ ଦେଇ ବାନାମ୍ବର ଛକ ଠାରୁ ମାଟିଆପଡା ଛକ, ମାଟିଆପଡା ଛକ ଠାରୁ ଆଶୁତୋଷ ମଠ ଛକ, ଆଶୁତୋଷ ମଠ ଛକ ଠାରୁ ନୀଳକଣ୍ଠ ମନ୍ଦିର ଛକ, ନୀଳକଣ୍ଠ ମନ୍ଦିର ଛକ ଠାରୁ ବଡଶଙ୍ଖ ପର୍ୟ୍ୟନ୍ତ ଏହି କଟକଣା ଆସନ୍ତା ୧୪ ତାରିଖ ସକାଳ ୬ ଘଟିକା ପର୍ୟ୍ୟନ୍ତ ବଳବତ୍ତର ରହିବ ।

ଏହି ସମୟ ମଧ୍ୟରେ ଉକ୍ତ ଅଞ୍ଚଳରେ ସମସ୍ତ ଦୋକାନ ଓ ବଜାର, ଔଷଧ ଦୋକାନ, ବାଣିଜ୍ୟିକ ପ୍ରତିଷ୍ଠାନ, କାର୍ୟ୍ୟାଳୟ ବନ୍ଦ ରହିବ । ସାଧାରଣ ଲୋକଙ୍କ ଚଳପ୍ରଚଳ ଉପରେ କଟକଣା ଜାରି କରାଯାଇଛି । କେବଳ ସ୍ବୀକୃତିପ୍ରାପ୍ତ ଏବଂ ଅତ୍ୟାବଶ୍ୟକୀୟ ସାମଗ୍ରୀ ବହନ କରିଥିବା ଗାଡିକୁ ଛାଡିଦେଲେ ଅନ୍ୟଗାଡି ଗୁଡିକ ଯିବା ଆସିବା ଉପରେ ମଧ୍ୟ ଏହି କଟକଣା ବଳବତ୍ତର ରହିବ । ଏଥିନିମନ୍ତେ ସହଯୋଗ କରିବାକୁ ପ୍ରଶାସନ ପକ୍ଷରୁ ପରାମର୍ଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ବିଜେଡି ଛାଡ଼ିଲେ ବାଲେଶ୍ୱର ସଦର ବ୍ଲକ ଅଧ୍ୟକ୍ଷା