Masthead

ଦଶମ ବୋର୍ଡ ପରୀକ୍ଷା ଫି’ ଛାଡ଼

ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଦଶମ ବୋର୍ଡ ପରୀକ୍ଷା ଫି’ ଛାଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହା ଦ୍ୱାରା ରାଜ୍ୟରେ ୬ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ଉପକୃତ ହେବେ। ଏ ବାବଦରେ ରାଜ୍ୟ ସରକାର ୨୭ କୋଟି ଟଙ୍କା ବ୍ୟୟଭାର ବହନ କରିବାର ସୂଚନା ରହିଛି । ପ୍ରତି ପିଲାଙ୍କୁ ମାଟ୍ରିକ ପରୀକ୍ଷା ନିମନ୍ତେ ୪୨୦ ଟଙ୍କା ଲେଖାଏଁ ଫିସ୍‌ ଦେବାକୁ ପଡିଥାନ୍ତା । କରୋନା ଯୋଗୁ ବହୁ ଲୋକଙ୍କର ଜୀବନଜୀବିକା ପ୍ରଭାବିତ ହୋଇଥିବାବେଳେ ମୁଖ୍ୟମନ୍ତ୍ରୀଙ୍କର ଏହି ନିଷ୍ପତ୍ତି ଫଳରେ ଅର୍ଥାଭାବରୁ କୌଣସି ପିଲା ପରୀକ୍ଷା ଦେବାରୁ ବଞ୍ଚିତ ହେବେ ନାହିଁ ।

୨୦୨୦-୨୧ ଶିକ୍ଷା ବର୍ଷ କରୋନା ପାଇଁ ବିଶେଷ ଭାବରେ ପ୍ରଭାବିତ ହୋଇଛି । ଦୀର୍ଘ ୯ ମାସ କାଳ ସ୍କୁଲ ବନ୍ଦ ରହିବା ପରେ ଜାନୁଆରୀ ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀକୁ କୋଭିଡ ନିୟମ ପାଳନ କରି ସ୍କୁଲ ଖୋଲିବାକୁ ଅନୁମତି ମିଳିଛି । ପିଲାମାନଙ୍କୁ ପରୀକ୍ଷା ପାଇଁ ପ୍ରସ୍ତୁତ କରିବା ତଥା ପିଲା ମାନଙ୍କର ପାଠ୍ୟକ୍ରମ ସମ୍ବଦ୍ଧୀୟ ସନ୍ଦେହ ଦୂର କରିବା ପାଇଁ ଫିଜିକାଲ କ୍ଲାସ କରାଯାଉଛି। ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି