Masthead

ଆଜିଠୁ ତେଲେଙ୍ଗାନାରେ ରେଭନ୍ତ ରାଜ, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ତେଲେଙ୍ଗାନାରେ ଆଜିଠୁ ଆରମ୍ଭ ହେଲା ରେଭନ୍ତ ରାଜ୍ । ତେଲେଙ୍ଗାନାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ପାଠ କରିଛନ୍ତି ରେଭନ୍ତ ରେଡ୍ଡୀ । ହାଇଦ୍ରାବାଦର ଏଲବି ଷ୍ଟାଡିୟମରେ ଏହି ଭବ୍ୟ କାର୍ଯ୍ୟକ୍ରମର ଆୟୋଜନ ହୋଇଛି । ତେବେ ଏହି କାର୍ଯ୍ୟକ୍ରମରେ ତେଲେଙ୍ଗାନାର ରାଜ୍ୟପାଳ ରେଭନ୍ତଙ୍କୁ ଶପଥ ପାଠ କରାଇଥିବାବେଳେ, ଏହି କାର୍ଯ୍ୟକ୍ରମରେ ମଲ୍ଲିକାର୍ଜୁନଙ୍କ ଖଡଗେଙ୍କ ସମେତ ସୋନିଆ ଗାନ୍ଧୀ, ରାହୁଲ ଗାନ୍ଧୀ, ପ୍ରିୟଙ୍କା ଗାନ୍ଧୀଙ୍କ ସହିତ ତମାମ କଂଗ୍ରେସ ନେତା ଉପସ୍ଥିତ ରହିଥିଲେ ।

ସେହିପରି ତେଲେଙ୍ଗାନାର ଉପମୁଖ୍ୟମନ୍ତ୍ରୀ ଭାବେ ଭଟ୍ଟି ବିକ୍ରମାର୍କା ମଧ୍ୟ ଶପଥ ନେଇଛନ୍ତି। ରେଭନ୍ତ ରେଡ୍ଡୀଙ୍କ ସହ ୧୧ ଜଣ ମନ୍ତ୍ରୀଙ୍କୁ ରାଜ୍ୟପାଳ ଶପଥ ପାଠ କରାଇଛନ୍ତି।ରେଭନ୍ତ ରେଡ୍ଡୀ ତେଲେଙ୍ଗାନା ପ୍ରଦେଶ କଂଗ୍ରେସର ସଭାପତି ଥିଲେ । ଆଉ ଏବେ ସେ ରାଜ୍ୟର ଦ୍ୱିତୀୟ ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି । ୨୦୧୩ ମସିହାରେ ତେଲେଙ୍ଗାନା ପ୍ରଦେଶ ଗଠନ ହେବା ପରେ ପ୍ରଥମ ଥର ପାଇଁ ଏଠି କଂଗ୍ରେସ ସତ୍ତା ହାସଲ କରିଛି ।

 

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି 🔴 ୧୩ରେ ଲଘୁଚାପ, ୧୫ରେ ଅବପାତ ସମ୍ଭାବନା 🔴 ପାର୍ବଣ ଆରମ୍ଭରୁ ମହଙ୍ଗା ମାଡ଼; ବଢ଼ିଲା କମର୍ସିଆଲ LPG ସିଲିଣ୍ଡରର ଦର 🔴 ଲସ୍କର-ଏ-ତୋଏବାର ଆତଙ୍କୀ ମହମ୍ମଦ ଆସିଫ ନିହତ 🔴 ଭକ୍ତଙ୍କ ପାଇଁ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର; ୩ ଦିନ ସମ୍ପୂର୍ଣ୍ଣ ମାଗଣା ଦର୍ଶନ 🔴 ନବନିର୍ମାଣ କୃଷକ ସଂଗଠନର ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଡାକରା 🔴 ପୁରୀରେ ଖଜା ଗୋଦାମରେ ରେଡ୍ 🔴 ହନୁମାନ ଛକରେ ଗୁଳିକାଣ୍ଡ 🔴 ଘାଇ ଆଣିଲା ବିପଦ 🔴 ‘ନିଆଳିରେ ୨୭୫ ଅପମିଶ୍ରିତକାରୀଙ୍କ ନାଁରେ ଏତଲା’ 🔴 ସୋରୋରେ ବନ୍ୟା ସ୍ଥିତି