Masthead

୭ରେ ମୁହାଁମୁହିଁ ହେବେ ମୋହନ-ରେଭନ୍ଥ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନୂଆପଡ଼ା ଉପନିର୍ବାଚନ, ଜମୁଛି ପ୍ରଚାର ମଇଦାନ । ୭ରେ ମୁହାଁମୁହିଁ ହେବେ ମୋହନ-ରେଭନ୍ଥ । ନୂଆପଡାରେ ପ୍ରଚାର କରିବେ ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ । ସାଲେଭଟା ଠାରେ ରେଭନ୍ତଙ୍କ ବିଶାଳ ସମାବେଶ ଅନୁଷ୍ଠିତ ହେବ । ବିଧାୟକ ପ୍ରାର୍ଥୀ ଘାସିରାମ ମାଝୀଙ୍କ ପାଇଁ କରିବେ ପ୍ରଚାର । ୭ରେ ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ବିଜେପି ପ୍ରାର୍ଥୀ ଜୟ ଢୋଲକିଆଙ୍କ ପାଇଁ ମାଗିବେ ଭୋଟ । ନୂଆପଡ଼ାରେ ଏବେ ଜୋରଦାର ଚାଲିଛି ପ୍ରଚାର । ଭୋଟ୍ ପଡ଼ିବାକୁ ଆଉ ମାତ୍ର କିଛି ଦିନ ବାକିଥିବାବେଳେ, ଏବେ ସବୁ ଦଳ ନିଜ ନିଜର ପ୍ରଚାର ଅଭିଯାନ ଜାରି ରଖିଛନ୍ତି ।

ଗୋଟିଏ ପଟେ ବିଜେପି ନିଜର ନେତା, ମନ୍ତ୍ରୀଙ୍କୁ ନେଇ ପ୍ରଚାର ଅଭିଯାନ ଚଳାଇଥିବାବେଳେ, ବିଜେଡି ପ୍ରାର୍ଥୀଙ୍କ ପାଇଁ ପ୍ରଚାର କରିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ଆସନ୍ତା ୩ ତାରିଖର ନବୀନ ନୂଆପଡ଼ା ଯାଇ ସେଠାରେ ବିଜେଡି ପ୍ରାର୍ଥୀ ସ୍ନେହାଙ୍ଗିନୀ ଛୁରିଆଙ୍କ ପାଇଁ ଭୋଟ୍ ମାଗିବେ ।   ଅନ୍ୟପଟେ କଂଗ୍ରେସ ମଧ୍ୟ ନିଜର ବିଧାୟକ ଆଉ ନେତାମାନଙ୍କୁ ନୂଆପଡ଼ାରେ ପ୍ରଚାର ଅଭିଯାନର ଦାୟିତ୍ୱ ଦେଇଛି । ଏଥିପାଇଁ ୪୦ ଜଣିଆ ଷ୍ଟାର ପ୍ରଚାରକ ମଧ୍ୟ ଘୋଷଣା କରାଯାଇଛି । ଆଉ ଏହାରି ଭିତରେ ତେଲେଙ୍ଗାନାର ମୁଖ୍ୟମନ୍ତ୍ରୀ ଥିବା ରେବନ୍ତ ରେଡ୍ଡୀ କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ୍ ମାଗିବେ ବୋଲି ଜଣାପଡ଼ିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ