Masthead

ବାତ୍ୟା ‘ମୋନ୍ଥା’କୁ ନେଇ ସମୀକ୍ଷା ବୈଠକ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ବାତ୍ୟା ମୋନ୍ଥା ପାଇଁ ରାଜ୍ୟ ସରକାର ପ୍ରସ୍ତୁତ ରହିଛନ୍ତି ।  ଆଜି ଲୋକସେବା ଭବନରେ ବାତ୍ୟା ମୋନ୍ଥାକୁ ନେଇ ସମୀକ୍ଷା ବୈଠକ । ମୁଖ୍ୟମନ୍ତ୍ରୀ ମୋହନ ମାଝି ଏଅଧ୍ୟକ୍ଷତାରେ ବସିଛି ଏହି ସମୀକ୍ଷା ବୈଠକ । ବୈଠକରେ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ଙ୍କ ସମେତ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ,ଉନ୍ନୟନ କମିଶନର ତଥା ଜଳ ସମ୍ପଦ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ,  src, କୃଷି ସଚିବ , ସ୍ୱାସ୍ଥ୍ୟ ସଚିବ, ପଂଚାୟଟିରଜ ସଚିବ , ଶକ୍ତି ସଚିବ, ପୋଲିସ ଡିଜି, ଅଗ୍ନିଶମ ଡିଜିଙ୍କ ସମେତ ଅନ୍ୟାନ୍ୟ ବିଭାଗ ଅଧିକାରୀ ଉପସ୍ଥିତ ଅଛନ୍ତି ।

ସବୁ ଜିଲ୍ଲାର ଅଧିକାରୀ ବି ଏହି ବୈଠକରେ ଯୋଡ଼ି ହୋଇଛନ୍ତି । ରାଜ୍ୟର ବିଭିନ୍ନ ସ୍ଥାନରେ ବାତ୍ୟା ପ୍ରଭାବରେ ବର୍ଷା ଆରମ୍ଭ ହୋଇଯାଇଛି । ରାୟଗଡ଼ା କାଶୀନଗରରେ ପ୍ରବଳ ବର୍ଷା ଯୋଗୁଁ ଏକ ପାହାଡ଼ ଧସି ଯାଇଛି । ଗରବା ଓ ଲିଙ୍ଗା ମଝି ରାସ୍ତାରେ ହୋଇଛି ଭୂସ୍ଖଳନ । ଗୁମ୍ମା-କାଶୀନଗରକୁ ସଂଯୋଗ କରୁଥିଲା ଏହି ରାସ୍ତା । ପାହାଡ଼ ଧସିବା ଯୋଗୁଁ ଯାତାୟାତ ବାଧାପ୍ରାପ୍ତ ହୋଇଛି ।

ଘଣ୍ଟା ପ୍ରତି ୧୭ କିଲୋମିଟର ବେଗରେ ଆଗକୁ ବଢୁଛି । ଆଜି ସନ୍ଧ୍ୟା ୫ଟାରୁ ରାତି ୮ଟା ମଧ୍ୟରେ ସ୍ଥଳଭାଗ ଛୁଇଁପାରେ । ଆନ୍ଧ୍ରପ୍ରଦେଶ କାକିନାଡାର କୋନାସୀମାରେ ଲ୍ୟାଣ୍ଡଫଲ୍ କରିବ ମୋନ୍ଥା । ଲ୍ୟାଣ୍ଡଫଲ୍ ସମୟରେ ପବନର ବେଗ ଘଣ୍ଟାପ୍ରତି ବେଗ ୯୦ରୁ ୧୦୦ କିମି ରହିପାରେ । ଅପରାହ୍ମ ୩ଟାରୁ ଲ୍ୟାଣ୍ଡଫଲ୍ ପ୍ରକ୍ରିୟା ଆରମ୍ଭ ହୋଇ ଯିବ ବୋଲି ଆକଳନ କରାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼