ଏସଟି ଲ୍ୟାଣ୍ଡ ଆକ୍ଟ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ

ଭୁବନେଶ୍ୱର  (ବଡ଼ ଖବର ବ୍ୟୁରୋ): ସଂଶୋଧନ ହେବ ଜମି ହସ୍ତାନ୍ତର ନିଷ୍ପତ୍ତି । ରାଜ୍ୟ କ୍ୟାବିନେଟ ନିଷ୍ପତ୍ତିର ପୁନର୍ବିଚାର । ଗୃହରେ ସୂଚନା ଦେଲେ ସଂସଦୀୟ ବ୍ୟାପାର ମନ୍ତ୍ରୀ । ସଂଶୋଧନ ପାଇଁ ଟ୍ରାଇବାଲ୍ ଆଡଭାଇଜରି କାଉନସିଲ୍ ନିକକୁ ପଠାଗଲା । ୧୪ରେ ଆଦିବାସୀ ଆଇନରେ ସଂଶୋଧନ ପ୍ରସ୍ତାବ ପାରିତ ହୋଇଥିଲା । ଆଜି କ୍ୟାବିନେଟରେ ପୁନର୍ବିଚାରକୁ ନେଲେ ସରକାର । ଆଦିବାସୀ ଉପଦେଷ୍ଟା ପରିଷଦ ଦ୍ୱାରା ୧୧ ରେ ଅନୁମୋଦନ କରାଯାଇଥିବା ପ୍ରସ୍ତାବକୁ ଆଧାର କରି ୧୪ରେ ଓଡ଼ିଶା ଅନୁସୂଚିତ ଅଞ୍ଚଳରେ ସ୍ଥାବର ସମ୍ପତ୍ତି ଅନୁସୂଚିତ ଜନଜାତି ଦ୍ୱାରା ହସ୍ତାନ୍ତର ଆଇନ, ୧୯୫୬ କୁ ସଂଶୋଧନ କରିବା ପାଇଁ ରାଜ୍ୟ କ୍ୟାବିନେଟରେ ପ୍ରସ୍ତାବ ପାରିତ କରିଥିଲେ। ଆଜିର ବୈଠକରେ ଉପରୋକ୍ତ ସଂଶୋଧନର ପୁନର୍ବିଚାର କରି କ୍ୟାବିନେଟ ଏ ବିଷୟରେ ଅଧିକ ତର୍ଜମା କରିବା ପାଇଁ ଆଦିବାସୀ ଉପଦେଷ୍ଟା ପରିଷଦକୁ ସୁପାରିଶ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ