Masthead

ବଢିଲା ବିଦ୍ୟୁତ୍ ଦର, ଚିନ୍ତାରେ ଉପଭୋକ୍ତା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଦ୍ୟୁତ୍ ଉତ୍ପାଦନରେ ଓଡ଼ିଶା ବଳକା ରାଜ୍ୟ କୁହାଯାଉଥିଲେ ମଧ୍ୟ ଉପଭୋକ୍ତାଙ୍କ ଉପରେ ସବୁ ମାଡ଼ ପଡୁଛି । ଦିଲ୍ଲୀରେ କୌଣସି ବିଦ୍ୟୁତ୍ ଉତ୍ପାଦନ ହେଉ ନାହିଁ । ମାତ୍ର ସେଠାରେ ଉପଭୋକ୍ତାମାନେ ୟୁନିଟ୍ ପିଛା ୧ଟଙ୍କା ୫୦ ପଇସା ଦେଉଥିବା ବେଳେ ଓଡ଼ିଶାରେ ସର୍ବନିମ୍ନ ଦର ୫ଟଙ୍କା ୩୦ ପଇସା ରହିଛି । ଏବେ ପୁଣି ରାଜ୍ୟରେ ବଢ଼ିଲା ବିଦ୍ୟୁତ ଦର। ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧିକୁ ମିଳିଛି ଓଇଆରସିଙ୍କ ମଂଜୁରୀ। ନୂଆ ଦର ଅନୁଯାୟୀ କିଲୋୱାଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧି କରାଯିବାକୁ ମଞ୍ଜୁରୀ ପ୍ରଦାନ କରିଛନ୍ତି ଓଇଆରସି।

ହାରାହାରି ଖୁଚୁରା ତାରିଫ ୫.୬୦ ପ୍ରତିଶତକୁ ବୃଦ୍ଧି କରାଯାଇଛି। ଏଣିକି ପ୍ରଥମ ୫୦ ୟୁନିଟ ପାଇଁ ୟୁନିଟ୍ ପିଛା ଦର ୩ ଟଙ୍କାକୁ ବୃଦ୍ଧି କରାଯାଇଛି। ସେହିପରି ୫୧ରୁ ୧୦୦ ୟୁନିଟ୍ ପାଇଁ ୪.୮୦ ଟଙ୍କା, ୨୦୧ରୁ ୪୦୦ ୟୁନିଟ୍ ପାଇଁ ୫.୮୦ ଟଙ୍କା ଏବଂ ୪୦୦ ୟୁନିଟରୁ ଅଧିକ ହେଲେ ୟୁନିଟ୍ ପିଛା ଦର ୬.୨୦ ଟଙ୍କାକୁ ବୃଦ୍ଧି କରାଯାଇଛି। ତେବେ ବିପିଏଲ୍ ଗ୍ରାହକଙ୍କ ପାଇଁ ତାରିଫ ପୂର୍ବପରି ଅପରିବର୍ତ୍ତିତ ରହିବ। ବର୍ଦ୍ଧିତ ଶୁଳ୍କ ଏପ୍ରିଲ୍ ୪ ତାରିଖରୁ ଲାଗୁ କରାଯିବ।

ମିଟର ରେଣ୍ଟ, ସର୍ବନିମ୍ନ ଚାର୍ଜ ମଧ୍ୟ ଅପରିବର୍ତ୍ତିତ ରହିଛି। ଘରୋଇ ଓ ସିଙ୍ଗଲ ଫେଜ୍ ଉପଭୋକ୍ତାଙ୍କ ପାଇଁ ୨% ରିହାତି କରାଯାଇଛି। ଡିଜିଟାଲରେ ପେମେଣ୍ଟ କଲେ ଉଭୟ ଉପଭୋକ୍ତାଙ୍କୁ ରିହାତି ମିଳିବ। ଅର୍ଥାତ ସମସ୍ତ ପ୍ରି-ପେଡ୍ ଉପଭୋକ୍ତାଙ୍କୁ ମଧ୍ୟ ୨% ରିହାତି ମିଳିବ। ସେହିପରି ଟ୍ରାନ୍ସମିସନ ତାରିଫ ୟୁନିଟ ପିଛା ୩ ପଇସାକୁ ବୃଦ୍ଧି କରାଯାଇଛି । ପୂର୍ବରୁ ଏହା ୨୫ ପଇସା ଥିଲା, ଯାହା ଏବେ ୨୮ ପଇସା ହେବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ