Masthead

ବଢ଼ିଲା ରୋଷେଇ ଗ୍ୟାସ ଦର

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବଢୁଛି ଖାଉଟିଙ୍କ ଚିନ୍ତା । ତେଲ ଦର ବଢିବା ସହ ଏବେ ରୋଷେଇ ଗ୍ୟାସର ଦାମ ବି ବଢିବାରେ ଲାଗିଛି । ପୁଣି ଖାଉଟିଙ୍କ ଉପରେ ପଡିଛି ମହଙ୍ଗାମାଡ଼ । ପ୍ରତି ଏଲପିଜି ସିଲିଣ୍ଡର ପିଛା ୧୫ଟଙ୍କା ବୃଦ୍ଧି ହୋଇଛି । ନୂଆ ଦର ଲାଗୁ ହେବା ପରେ ଦିଲ୍ଲୀରେ ୧୪ କେଜି ସିଲିଣ୍ଡରର ଦାମ ୮୯୯ ଟଙ୍କା ୫୦ ପଇସାରେ ପହଞ୍ଚିଛି । ପୂର୍ବରୁ ଏହି ଦାମ ୮୮୪ ଟଙ୍କା ୫୦ ପଇସା ଥିଲା । ସେହିପରି କୋଲକାତାରେ ଏଲପିଜି ସିଲିଣ୍ଡରର ମୂଲ୍ୟ ୯୧୧ରୁ ୯୨୬ ଟଙ୍କାକୁ ବୃଦ୍ଧି ପାଇଛି ।

ଏଥିସହିତ ମୁମ୍ବାଇରେ ଏଲପିଜି ମୂଲ୍ୟ ୮୪୪.୫୦ରୁ ୮୯୯.୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏବଂ ଚେନ୍ନାଇରେ ସବସିଡ ନଥିବା ସିଲିଣ୍ଡରର ମୂଲ୍ୟ ବର୍ତ୍ତମାନ ୯୧୫.୫୦ ଟଙ୍କାକୁ ବୃଦ୍ଧି ପାଇଛି । ଏହା ପୂର୍ବରୁ ମଧ୍ୟ ଅକ୍ଟୋବର ୧ ତାରିଖରେ ତୈଳ କମ୍ପାନୀ ୧୯ କେଜି କମର୍ସିଆଲ ଗ୍ୟାସ ସିଲିଣ୍ଡର ପିଛା ୪୩ ଟଙ୍କା ୫ ପଇସା ବଢାଇଥିଲେ । କିନ୍ତୁ ସେତେବେଳେ ଘରୋଇ ଗ୍ୟାସ ସିଲିଣ୍ଡର ଦାମ ବଢିନଥିଲା । ଚଳିତ ବର୍ଷ ଏଲପିଜି ଘରୋଇ ସିଲିଣ୍ଡରରେ ୨୦୫ ଟଙ୍କା ଯାଏଁ ବୃଦ୍ଧି ହୋଇସାରିଲାଣି । ଗତବର୍ଷ ତୁଳନାରେ ଘରୋଇ ଗ୍ୟାସ ସିଲିଣ୍ଡର ଦାମ ଦୁଇ ଗୁଣା ବଢିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ସଂସଦରେ ଧର୍ମେନ୍ଦ୍ର ପ୍ରଧାନଙ୍କ ଭବ୍ୟ ସ୍ୱାଗତ