Masthead

ବଢ଼ୁଛି ତୈଳ ଦର, ଡିଜେଲ ଦାମ ଛୁଇଁଲା ୧୦୦

ଜୟପୁର(ବଡ଼ ଖବର ବ୍ୟୁରୋ): ଦେଶରେ ତୈଳଦର ନିୟନ୍ତ୍ରଣ ବାହାରକୁ ଗଲାଣି । ସାରା ଦେଶରେ ଏଥିପାଇଁ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ଆଜି ପୁଣି ବୃଦ୍ଧି ପାଇଛି ତୈଳ ଦର । ଆଜି ପେଟ୍ରୋଲ ଲିଟର ପିଛା ୨୭ ପଇସା ଓ ଡିଜେଲ ୨୩ପଇସା ବୃଦ୍ଧି ପାଇଛି । ତେବେ ଏହାକୁ ମିଶାଇ ପେଟ୍ରୋଲ ଲିଟରକୁ ୯୬ଟଙ୍କା ୧୨ପଇସା ହୋଇଥିବା ବେଳେ ଡିଜେଲ ଦର ୮୬ଟଙ୍କା ୯୮ପଇସା ରହିଛି । ତେବେ ସେପଟେ ରାଜସ୍ଥାନରେ କିନ୍ତୁ ଡିଜେଲ ଲିଟର ପିଛା ୧୦୦ଟଙ୍କାରେ ପହଞ୍ଚିଛି । ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲର ମୂଲ୍ୟ ଏପରି ବଢ଼ିବାରେ ଲାଗିଛି । ସେହିପରି ଦିଲ୍ଲୀରେ ପେଟ୍ରୋଲ ୯୬.୧୨ ଓ ଡିଜେଲ ଲିଟର ପିଛା ୮୬.୯୮ ଟଙ୍କା ରହିଛି । କୋଲକତାରେ ପେଟୋଲ ଲିଟର ପିଛା ୯୬.୦୬ ଓ ଡିଜେଲ ୮୯.୮୩ ଟଙ୍କା ରହିଛି । ମୁମ୍ବାଇରେ ପେଟ୍ରୋଲ ୧୦୨.୩୦ ଓ ଡିଜେଲ ଲିଟର ପିଛା ୯୪.୩୯ ଟଙ୍କା ରହିଛି । ସେହିଭଳି ଚେନ୍ନାଇରେ ପେଟ୍ରୋଲ ଲିଟର ପିଛା ୯୭.୪୩ ରହିଥିବା ବେଳେ ଡିଜେଲ ୯୧.୬୪ ଟଙ୍କା ରହିଛି ।

ଜୟପୁର ପେଟ୍ରୋଲ ୧୦୨.୭୩ ଓ ଡିଜେଲ ୯୫.୯୨ ଟଙ୍କା । ଭୋପାଳ ସର୍ବାଧିକ ପେଟ୍ରୋଲ ଲିଟର ପିଛା ୧୦୪.୨୯ ଟଙ୍କା ବିକ୍ରି ହେଉଥିବା ବେଳେ ଡିଜେଲ ୯୫.୬୦ ଟଙ୍କା ରହିଛି । ନୋଏଡାରେ ପେଟ୍ରୋଲ ଲିଟର ପିଛା ୯୩.୪୬ ଟଙ୍କାରେ ବିକ୍ରି ହେଉଥିବା ବେଳେ ଡିଜେଲ ୮୭.୪୬ ଟଙ୍କା ରହିଛି । ରାଜସ୍ଥାନ, ମଧ୍ୟପ୍ରଦେଶ, ମହାରାଷ୍ଟ୍ର,ଆନ୍ଧ୍ର ପ୍ରଦେଶ, ତେଲେଙ୍ଗାନା ଓ ଲଦାଖରେ ପେଟ୍ରୋଲ ଲିଟର ପିଛା କିଛିଦିନ ହେବ ୧୦୦ ଟଙ୍କା ପାର କରିଥିବା ବେଳେ ଆଜି ରାଜସ୍ଥାନରେ ଡିଜେଲ ବି ଲିଟର ପିଛା ୧୦୦ ଟଙ୍କା ଛୁଇଁଛି । ରାଜସ୍ଥାନର ଶ୍ରୀଗଙ୍ଗାନଗର ଜିଲ୍ଲାରେ ପେଟ୍ରୋଲ ୧୦୭ ଟଙ୍କା ରେ ବିକ୍ରି ହେଉଥିବା ବେଳେ ଡିଜେଲ ଲିଟର ପିଛା ୧୦୦.୦୫ ଟଙ୍କା ରହିଛି । ଅନ୍ୟପଟେ ଡିଜେଲ ଓ ପେଟ୍ରୋଲର ଏଭଳି ଅହେତୁକ ଦରବୃଦ୍ଧିକୁ ବିରୋଧ କରି ସାରା ଦେଶରେ କଂଗ୍ରେସ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି । ପ୍ରିୟଙ୍କା ଗାନ୍ଧୀ ଏନେଇ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ ମଧ୍ୟ କରିଛନ୍ତି । ସେ କହିଛନ୍ତି ଯେତେବେଳେ ଦେଶବାସୀ ବିପଦରେ ଅଛନ୍ତି, ଲୋକ ରୋଜଗାର ହରାଇ ଆର୍ଥିକ ସଂକଟ ଭିତରେ ଗତି କରୁଛନ୍ତି ସେତେବେଳେ ସରକାର ପେଟ୍ରୋଲ ଓ ଡିଜେଲ ଉପରେ ଟ୍ୟାକ୍ସ ଲଗାଇ ୨.୫ ଲକ୍ଷ କୋଟି ଟଙ୍କା ରୋଜଗାର କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି