Masthead

ତ୍ରିବେଣୀ ଅମାବାସ୍ୟା ତିଥିରେ ମା’ ବିରଜାଙ୍କ ଜନ୍ମଉତ୍ସବ ପାଳନ

ଯାଜପୁର(ବଡ଼ ଖବର ବ୍ୟୁରୋ): ତ୍ରିବେଣୀ ଅମାବାସ୍ୟ ତିଥିରେ ଯାଜପୁର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ଆର୍ବିଭାବ ହୋଇଥିବାରୁ ଆଜି ବିରଜାଙ୍କ ଜନ୍ମ ଉତ୍ସବ ପାଳନ କରାଯାଉଛି । ବ୍ରାହ୍ମମୁହୂର୍ତରେ ଦେବୀଙ୍କ ନିତ୍ୟସ୍ନାନ ଓ ବେଶ କାର୍ଯ୍ୟ ସରିବା ପରେ ଦେବୀଙ୍କୁ ସ୍ୱ-ନକ୍ଷତ୍ର ବିହିତ ମହାସ୍ନାନ କରାଯିବ । ସ୍ନାନ ପରେ ମା’ ସାବିତ୍ରୀ ବେଶରେ ଶ୍ରଦ୍ଧାଳୁଙ୍କ ଦର୍ଶନ ଦେବେ । ପରେ ମାଙ୍କୁ ଗାୟତ୍ରୀ ମନ୍ତ୍ରରେ ଷୋଡଶୋପଚାର ପୂଜା କରାଯିବ । ଅପରାହ୍ନରେ ଯଜ୍ଞ ମଣ୍ଡପରେ ଯଜ୍ଞ କରାଯାଇ ସନ୍ଧ୍ୟାରେ ପୂର୍ଣ୍ଣାହୂତି ହେବ ।

ଆଜିର ଦିନରେ ମା’ ବିରଜାଙ୍କୁ ଦର୍ଶନ କଲେ ମହାପୁର୍ଣ୍ୟ ମିଳିଥାଏ ବୋଲି ପୌରାଣିକ କିମ୍ବଦନ୍ତୀ ଅଛି । ମା’ଙ୍କର ଏହି ବେଶକୁ ଦେଖିବା ପାଇଁ ଯାଜପୁର ଜିଲ୍ଲା ସମେତ ଓଡ଼ିଶା ତଥା ରାଜ୍ୟ ବାହାରୁ ଭକ୍ତଙ୍କ ସୁଅ ଛୁଟୁଛି । ମାଙ୍କୁ ଦର୍ଶନ କରି ମହାପୂଣ୍ୟ ଅର୍ଜନ କରିବା ସହ ସମାଜର ମଙ୍ଗଳ ପାଇଁ କାମନା କରିଛନ୍ତି । ମାଙ୍କ ଜନ୍ମଦିନରେ ମନ୍ଦିର ପ୍ରଶାସନ ପକ୍ଷରୁ ମନ୍ଦିରକୁ ଫୁଲ ଓ ଆଲୋକ ମାଳାରେ ସଜ୍ଜିତ କରାଯାଇଛି । ଶୃଙ୍ଖଳିତ ଦର୍ଶନ ନିମନ୍ତେ ମନ୍ଦିର ପ୍ରଶାସନ ତରଫରୁ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା