ଓଲଟିଲା ଯାତ୍ରୀବାହୀ ବସ୍, ୪ ଗୁରୁତର

ବସ୍ତା (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା କଷାଫଳ ଡିଗ୍ରିପାହି ଛକ ନିକଟରେ ଏକ ଘରୋଇ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ଫଳରେ ୪ଜଣ ଗୁରୁତର ଥିବା ବେଳେ ତାଙ୍କୁ ବସ୍ତା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ବସରେ ୧୫ରୁ ଅଧିକ ଯାତ୍ରୀ ରହିଥିଲେ । ଆଜି ସକାଳେ ପ୍ରଭୁଜୀ ନାମକ ଏକ ଘରୋଇ ବସ୍ କଷାଫଳ ଛକରୁ ବାଲେଶ୍ୱର ଅଭିମୁଖେ ଯାଉଥିବା ବେଳେ ଭାରସାମ୍ୟ ହରାଇ ଓଲଟି ପଡିଥିଲା । ସ୍ଥାନୀୟ ଲୋକଙ୍କ ଦ୍ୱାରା ଗୁରୁତରଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ଘଟଣା ସ୍ଥଳରେ ସିଂଲା ଥାନା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’