Masthead

ବରଯାତ୍ରୀଙ୍କ ଉପରେ ମାଡିଗଲା ଟ୍ରକ, ୬ ମୃତ

ଭୋପାଳ (ବଡ଼ ଖବର ବ୍ୟୁରୋ): ବରଯାତ୍ରୀଙ୍କ ଉପରେ ମାଡ଼ିଗଲା ଟ୍ରକ; ୬ ମୃତ, ୧୦ ଆହତ। ମଧ୍ୟପ୍ରଦେଶ ରାଇସେନ ଜିଲ୍ଲା ନର୍ମଦାପୁରରୁ ଆସୁଥିବା ବରଯାତ୍ରୀ ରୋଷଣୀ କରି ଯାଉଥିବା ବେଳେ ସୁଲତାନପୁରରେ ଏହି ଦୁର୍ଘଟଣା ଘଟିଛି। ବିବାହ ପ୍ରୋସେସନ୍ ଚାଲିଥିବା ବେଳେ ଟ୍ରକ୍ ମାଡ଼ିଯାଇଥିବା ସୂଚନା ମିଳିଛି। ଆହତ ୧୦ ଜଣଙ୍କ ମଧ୍ୟରୁ ୫ ଗୁରୁତରଙ୍କୁ ଭୋପାଳ ସ୍ଥାନାନ୍ତର କରାଯାଇଛି।

ବରଯାତ୍ରୀ ରାସ୍ତା ଉପରେ ନାଚଗୀତରେ ମସଗୁଲ ଥିବା ବେଳେ କ୍ଷୀପ୍ର ବେଗରେ ମାଡ଼ି ଆସୁଥିବା ଟ୍ରକ୍‌ ସେମାନଙ୍କ ଉପରେ ଚଢ଼ି ଯାଇଥିଲା। ଲୋକଙ୍କ ଚିତ୍କାର ଶୁଣି ସ୍ଥାନୀୟ ଲୋକେ ତୁରନ୍ତ ସେମାନଙ୍କୁ ଉଦ୍ଧାର କରିଥିଲେ। ପୁଲିସ୍‌ ପହଞ୍ଚି ଆହତଙ୍କୁ ପ୍ରଥମେ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରିଥିଲା। ସେଠାରୁ ସେମାନଙ୍କୁ ଭୋପାଳସ୍ଥିତ ଏମ୍ସକୁ ସ୍ଥାନାନ୍ତର କରାଯାଇଥିବା ଜଣାଯାଇଛି। ଦୁର୍ଘଟଣା ଖବର ପାଇ ତୁରନ୍ତ ଜିଲ୍ଲାପାଳ ଓ ଏସ୍‌ପି ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ସମୀକ୍ଷା କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା