Masthead

ଟ୍ରକକୁ ଧକ୍କା ଦେଲା ଆଇଚର, ୭ମୃତ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ନେଉଳପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା ଉପରେ ଛିଡ଼ା ହୋଇଥିବା ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଏକ ଆଇଚର ଧକ୍କା ଦେଇଥିଲା । ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଚଣ୍ଡିଖୋଲ ନେଉଳପୁର ମଝିରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ପାଖରେ ଦୁର୍ଘଟଣାଗ୍ରସ୍ତ ଏକ ଲୁହା ଗୁଣ୍ଡ ବୋଝେଇ ଗାଡ଼ି ୪ ଦିନ ହେଲା ଛିଡ଼ା ହୋଇଛି। ଆଜି ଭୋରରୁ ଘନ କୁହୁଡ଼ି ହୋଇଥିବା ବେଳେ କଲିକତା ପଟୁ ଦ୍ରୁତ ଗତିରେ ଏକ କୁକୁଡ଼ା ବୋଝେଇ ଆଇଚର ଗାଡ଼ି ଆସୁଥିଲା।

ସେଣ୍ଟ୍ରାଲ ବ୍ୟାଙ୍କ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍‌ ପଛ ପଟେ ପିଟି ହୋଇଥିଲା। ୬ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରାଯାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଧର୍ମଶାଳା ପୁଲିସ୍‌ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଗ୍ୟାସ୍‌ କଟରରେ ଟ୍ରକ୍‌ଟିକୁ କାଟି ମୃତଦେହଗୁଡ଼ିକୁ ବାହାର କରିଥିଲେ। ଆଇଚର ଗାଡ଼ିଟି ପଶ୍ଚିମବଙ୍ଗର ହୋଇଥିବା ବେଳେ ମୃତକ ମଧ୍ୟ ପଶ୍ଚିମବଙ୍ଗର ହୋଇଥିବା ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ