Masthead

ଟ୍ରକକୁ ଧକ୍କା ଦେଲା ଆଇଚର, ୭ମୃତ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ନେଉଳପୁରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ରାସ୍ତା ଉପରେ ଛିଡ଼ା ହୋଇଥିବା ଏକ ଦୁର୍ଘଟଣାଗ୍ରସ୍ତ ଟ୍ରକ୍‌କୁ ଏକ ଆଇଚର ଧକ୍କା ଦେଇଥିଲା । ଏଥିରେ ୭ ଜଣଙ୍କ ମୃତ୍ୟୁ ହୋଇଛି। ଚଣ୍ଡିଖୋଲ ନେଉଳପୁର ମଝିରେ ଥିବା ସେଣ୍ଟ୍ରାଲ ବ୍ୟାଙ୍କ ପାଖରେ ଦୁର୍ଘଟଣାଗ୍ରସ୍ତ ଏକ ଲୁହା ଗୁଣ୍ଡ ବୋଝେଇ ଗାଡ଼ି ୪ ଦିନ ହେଲା ଛିଡ଼ା ହୋଇଛି। ଆଜି ଭୋରରୁ ଘନ କୁହୁଡ଼ି ହୋଇଥିବା ବେଳେ କଲିକତା ପଟୁ ଦ୍ରୁତ ଗତିରେ ଏକ କୁକୁଡ଼ା ବୋଝେଇ ଆଇଚର ଗାଡ଼ି ଆସୁଥିଲା।

ସେଣ୍ଟ୍ରାଲ ବ୍ୟାଙ୍କ ନିକଟରେ ଭାରସାମ୍ୟ ହରାଇ ରାସ୍ତା ପାର୍ଶ୍ୱରେ ଛିଡ଼ା ହୋଇଥିବା ଟ୍ରକ୍‌ ପଛ ପଟେ ପିଟି ହୋଇଥିଲା। ୬ଜଣଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ଜଣେ ଗୁରୁତର ହୋଇଥିଲେ । ଗୁରୁତରଙ୍କୁ ଧର୍ମଶାଳା ମେଡିକାଲରେ ଭର୍ତ୍ତି କରାଯାଇଥିଲେ । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ । ଧର୍ମଶାଳା ପୁଲିସ୍‌ ଓ ଅଗ୍ନିଶମ ବାହିନୀ କର୍ମଚାରୀ ଗ୍ୟାସ୍‌ କଟରରେ ଟ୍ରକ୍‌ଟିକୁ କାଟି ମୃତଦେହଗୁଡ଼ିକୁ ବାହାର କରିଥିଲେ। ଆଇଚର ଗାଡ଼ିଟି ପଶ୍ଚିମବଙ୍ଗର ହୋଇଥିବା ବେଳେ ମୃତକ ମଧ୍ୟ ପଶ୍ଚିମବଙ୍ଗର ହୋଇଥିବା ଅନୁମାନ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ