Masthead

ଯାତ୍ରୀବାହୀ ବସ-ଟ୍ରକ ମୁହାଁମୁହିଁ ଧକ୍କା, ୪୦ ଆହତ

 

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): କଟକ-ଚାନ୍ଦବାଲି ରାସ୍ତାରେ ଯାତ୍ରୀବାହୀ ବସ-ଟ୍ରକ ମୁହାଁମୁହିଁ ଧକ୍କା, ୪୦ ଆହତ । ଚାନ୍ଦବାଲି ରାଜ୍ୟ ରାଜପଥର କଟିକଟା ଅସୁରେଶ୍ୱର ନିକଟରେ ଘଟିଛି ଦୁର୍ଘଟଣା । ଦୁର୍ଘଟଣାରେ ୪୦ରୁ ଅଧିକ ଆହତ ହୋଇଥିବା ସୂଚନା ।  ସେମାନଙ୍କୁ ଆମ୍ବୁଲାନ୍ସ ଯୋଗେ କେନ୍ଦ୍ରାପଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି । ଚାନ୍ଦବାଲିରୁ କଟକ ଆସୁଥିବା ମନୋରମା ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ସକାଳ ସାଢେ ୭ଟାରେ ବସ୍ଟି ଚାନ୍ଦବାଲିରୁ ବାହାରିଥିଲା । ବସରେ ଥିବା ଯାତ୍ରୀଙ୍କ କହିବା ଅନୁସାରେ, କୁହୁଡି ଯୋଗୁଁ ରାସ୍ତା ଭଲଭାବରେ ଦେଖା ଯାଉନଥିଲା । କୁହୁଡିକୁ କାଟି ବସଟି ଆଗକୁ ବଢୁଥିବା ବେଳେ ସାମ୍ନା ପଟୁ ଆସୁଥିବା ଏକ ମାଲ ବୋଝେଇ ଟ୍ରକ ସହ ଧକ୍କା ହୋଇଥିଲା । ତେବେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ସ୍ଥାନୀୟ ପୋଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ