Masthead

ବାଇକକୁ ପିଟିଲା କାର,୩ ମୃତ

ଦଶପଲ୍ଲା (ବଡ଼ ଖବର ବ୍ୟୁରୋ):ନୟାଗଡ଼ ଜିଲ୍ଲା ଦଶପଲ୍ଲାରେ ମର୍ମନ୍ତୁଦ କାର୍ ଦୁର୍ଘଟଣା ଘଟିଛି । ଏଥିରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଛି । ଦଶପଲ୍ଲା ଥାନା ସୁବଳୟା ଛକ ନିକଟରେ ଆଜି ଏହି ଦୁର୍ଘଟଣା ଘଟିଛି। ୩ ମୃତକଙ୍କ ପରିଚୟ ମିଳିପାରିନାହିଁ ।ସୂଚନା ଅନୁସାରେ, ବାଇକ୍ରେ ୩ ଜଣ ଯାଉଥିବା ବେଳେ ସୁବଳୟା ଛକ ନିକଟରେ କାର୍ ସହ ସେମାନଙ୍କ ଗାଡ଼ି ମୁହାଁମୁହିଁ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ହିଁ ସେମାନଙ୍କ ଜୀବନ ଚାଲି ଯାଇଛି । ଘଟଣାସ୍ଥଳରେ ଦଶପଲ୍ଲା ପୋଲିସ୍ ଏବଂ ଦମକଳ ବାହିନୀ ପହଞ୍ଚିଛନ୍ତି । ପୋଲିସ୍ ମୃତଦେହ ଉଦ୍ଧାର କରିବା ସହ କାର୍ ଡ୍ରାଇଭରଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ