Masthead

ଜଳ ସମସ୍ୟା ସମାଧାନ ଦାବିରେ ରାସ୍ତା ଅବରୋଧ

ରାୟଗଡ଼ା  (ବଡ଼ ଖବର ବ୍ୟୁରୋ): ପିଇବା ପାଣି ପାଇଁ ରାସ୍ତାରୋକ । ତୁରନ୍ତ ପାନୀୟ ଜଳ ସମସ୍ୟା ସମାଧାନ ଦାବିରେ ରାସ୍ତା ଅବରୋଧ କରିଛନ୍ତି ଶତାଧିକ ମହିଳା । ରାୟଗଡ଼ା କଲ୍ୟାଣସିଂହପୁର ମୁଖ୍ୟ ରାସ୍ତା ଅବରୋଧ କରିଛନ୍ତି ଅଙ୍ଗୁର ଗାଁର ମହିଳା। ଫଳରେ ସମସ୍ତ ଯାନବାହାନ ଚଳାଚଳ ବନ୍ଦ ରହିଛି। ଅଙ୍ଗୁର ଗ୍ରାମରେ ଦୀର୍ଘ ଦିନ ହେବ ପାଣି ସମସ୍ୟା ଲାଗିରହିଛି। ବାରମ୍ବାର ଅଭିଯୋଗ କଲେ ମଧ୍ୟ ସମସ୍ୟା ସମାଧାନ ହେଉନାହିଁ।

ଏହାର ପ୍ରତିବାଦରେ ଆଜି ଶତାଧିକ ମହିଳା ରାଜରାସ୍ତାକୁ ଓହ୍ଲାଇ ନିଜର ପ୍ରତିବାଦ ଜଣାଇଛନ୍ତି। ଅଙ୍ଗୁର ଗାଁରେ ପ୍ରାୟ ୭୦ ପରିବାର ରହୁଛନ୍ତି। ହେଲେ ମାତ୍ର ଦୁଇଗୋଟି ନଳକୂପ ରହିଛି। ତାହା ମଧ୍ୟ ଅନେକ ସମୟରେ ଅଚଳ। ଫଳରେ ବର୍ତ୍ତମାନ ଗ୍ରୀଷ୍ମ ଋତୁରେ ଗ୍ରାମବାସୀ ନାନା ସମସ୍ୟା ଭୋଗୁଛନ୍ତି। ଏହାର ପ୍ରତିବାଦରେ ଆଜି ରାସ୍ତା ଅବରୋଧ ହୋଇଛି। ଗରା, ମାଠିଆ ଧରି ମହିଳାମାନେ ପ୍ରତିବାଦ ଜଣାଇଛନ୍ତି। ତୁରନ୍ତ ଜଳ ସମସ୍ୟା ଦୂର କରିବାକୁ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ