Masthead

ରାତି ଅଧିଆ ସାରିଲେ ରାସ୍ତା କାମ

ଚିଲିକା, (ବଡ଼ ଖବର ବ୍ୟୁରୋ): ରାତାରାତି ସରିଲା ରାସ୍ତା କାମ। କଥାଟା ଆଶ୍ଚର୍ୟ୍ୟ ଲାଗୁଥିଲେ ବି ସତ। ଚିଲିକା ବ୍ଲକ ହରିପୁର ପଞ୍ଚାୟତ ପରବଳ ଅଙ୍ଗନବାଡି କେନ୍ଦ୍ରଠାରୁ ମା’ ଉତ୍ତରାୟଣୀ ମନ୍ଦିର ଯାଏ ମନରେଗା ଯୋଜନାରେ ଅନୁମୋଦିତ ମୋରମ ରାସ୍ତା ପାଇଁ ଆସିଥିଲା ୨ ଲକ୍ଷ ଟଙ୍କା। ତେବେ ବିନା କାମରେ ୭୬ ହଜାର ୭୯୭ ଟଙ୍କା ଉଠାଯାଇଥିବା ନେଇ ତଥ୍ୟପ୍ରମାଣ ସହ ଦୁଇଦିନ ତଳେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ଖବର ପ୍ରସାରଣ ପରେ କାର୍ଯ୍ୟାନୁଷ୍ଠାନ ଭୟରେ ଜିଆରଏସ ଦୁଇ ରାତି ହେଲା ଲୁଚା ଚୋରାରେ ଉକ୍ତ ରାସ୍ତାରେ ଜେସିବି ଏବଂ ଟ୍ରାକ୍ଟର ଦ୍ୱାରା ମାଟି ପକାଉଥିବା ସୂଚନା ଦେଇଛନ୍ତି ସ୍ଥାନୀୟ ଲୋକେ।

ଅପରପକ୍ଷରେ ତଦନ୍ତକାରୀ ଦଳ ଆସୁଥିବା ଶୁଣି ରାତାରାତି ସମ୍ପୃକ୍ତ ରାସ୍ତାରେ ମାଟି ପକାଇଥିବା ଦେଖିବାକୁ ମିଳିଛି। ଦୁର୍ନୀତି ସମ୍ପର୍କରେ ଖବର ପ୍ରସାରଣ ହେବା ପରେ ଜିଆରଏସ୍‌ କାର୍ଯ୍ୟ କରିବା ପାଇଁ ତତ୍ପର ହେବା ଭଲ କଥା। କିନ୍ତୁ ଦୁର୍ନୀତିକୁ ଲୁଚାଇବାକୁ ଯାଇ ଆଉ ଏକ ଦୁର୍ନୀତି କରିବା ବଡ଼ ଅପରାଧ। ଅପରପକ୍ଷରେ ତଦନ୍ତକାରୀ ଦଳ ଅଥବା ଡିଆରଡିଏ ପ୍ରକଳ୍ପ ନିର୍ଦ୍ଦେଶକ ସମ୍ପୃକ୍ତ କାମକୁ ଠିକ୍‌ ଭାବରେ ଅନୁସନ୍ଧାନ କରି ସତ୍ୟକୁ ସାମ୍ନାକୁ ଆଣିବେ ବୋଲି ଆଶା ରଖିଛନ୍ତି ସ୍ଥାନୀୟ ଲୋକେ। ଜିଲ୍ଲା ପ୍ରଶାସନ ଏହି କାର୍ଯ୍ୟର ତଦନ୍ତ କରି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଲୋକେ ଦାବି କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ