Masthead

ପାଣି ପାଇଁ ରାସ୍ତା ଅବରୋଧ

ଉଦଳା (ବଡ ଖବର ବ୍ୟୁରୋ): କପ୍ତିପଦା ବ୍ଲକ ଲାବଣ୍ୟଦେଇପୁର ପଂଚାୟତର ମାହାରାସାହି ୧୦ ନଂ ୱାର୍ଡ ବାସିନ୍ଦାଙ୍କର ରହିଛି ପାନୀୟ ଜଳ ସମସ୍ୟା । ପାଣି ବୁନ୍ଦାଏ ପାଇଁ ଗ୍ରାମବାସୀମାନେ ଡହଳବିକଳ ହେଉଥିବା ବେଳେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଉତ୍କଟ ହୋଇଛି ପାନୀୟ ଜଳ ସମସ୍ୟା । ଯାହାକି ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ବାରମ୍ବାର ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ଜନ ପ୍ରତିନିଧିଙ୍କୁ ଅବଗତ କରାଇଥିଲେ ସୁଦ୍ଧା କେହି ନ ଶୁଣିବାରୁ ଶେଷରେ ତାତିଛନ୍ତି ଗ୍ରାମବାସୀ ।

ଆଜି ଗ୍ରାମର ଶତାଧିକ ମହିଳା ପୁରୁଷ ହାତରେ ଗରା ବାଲଟି ଧରି କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ଗାଇପାଣି ଛକ ନିକଟରେ ରାସ୍ତା ଅବରୋଧ କରିଛନ୍ତି । ଏହି ରାସ୍ତା ଅବରୋଧ ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହେବା ସହିତ ରାସ୍ତାର ଦୁଇ ପାଶ୍ୱର୍ରେ ଅନେକ ଯାନବାହନ ଅଟକି ରହିଥିବା ଦେଖିବାକୁ ମିଳିଛି । ଏହା ସହିତ ଯଦି ତୁରନ୍ତ ଗ୍ରାମକୁ ପାଣି ଯୋଗାଇ ଦିଆ ନ ଯାଏ ତେବେ ଗ୍ରାମବାସୀମାନେ ଆନ୍ଦୋଳନକୁ ବ୍ୟାପକ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା