Masthead

ପାଣି ପାଇଁ ରାସ୍ତା ଅବରୋଧ

ଉଦଳା (ବଡ ଖବର ବ୍ୟୁରୋ): କପ୍ତିପଦା ବ୍ଲକ ଲାବଣ୍ୟଦେଇପୁର ପଂଚାୟତର ମାହାରାସାହି ୧୦ ନଂ ୱାର୍ଡ ବାସିନ୍ଦାଙ୍କର ରହିଛି ପାନୀୟ ଜଳ ସମସ୍ୟା । ପାଣି ବୁନ୍ଦାଏ ପାଇଁ ଗ୍ରାମବାସୀମାନେ ଡହଳବିକଳ ହେଉଥିବା ବେଳେ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଉତ୍କଟ ହୋଇଛି ପାନୀୟ ଜଳ ସମସ୍ୟା । ଯାହାକି ଗ୍ରାମବାସୀଙ୍କୁ ପାନୀୟ ଜଳ ଯୋଗାଇ ଦେବା ନିମନ୍ତେ ବାରମ୍ବାର ବ୍ଲକ ପ୍ରଶାସନ ଠାରୁ ଆରମ୍ଭ କରି ଜନ ପ୍ରତିନିଧିଙ୍କୁ ଅବଗତ କରାଇଥିଲେ ସୁଦ୍ଧା କେହି ନ ଶୁଣିବାରୁ ଶେଷରେ ତାତିଛନ୍ତି ଗ୍ରାମବାସୀ ।

ଆଜି ଗ୍ରାମର ଶତାଧିକ ମହିଳା ପୁରୁଷ ହାତରେ ଗରା ବାଲଟି ଧରି କପ୍ତିପଦା-ଠାକୁରମୁଣ୍ଡା ରାସ୍ତାର ଗାଇପାଣି ଛକ ନିକଟରେ ରାସ୍ତା ଅବରୋଧ କରିଛନ୍ତି । ଏହି ରାସ୍ତା ଅବରୋଧ ଫଳରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ହେବା ସହିତ ରାସ୍ତାର ଦୁଇ ପାଶ୍ୱର୍ରେ ଅନେକ ଯାନବାହନ ଅଟକି ରହିଥିବା ଦେଖିବାକୁ ମିଳିଛି । ଏହା ସହିତ ଯଦି ତୁରନ୍ତ ଗ୍ରାମକୁ ପାଣି ଯୋଗାଇ ଦିଆ ନ ଯାଏ ତେବେ ଗ୍ରାମବାସୀମାନେ ଆନ୍ଦୋଳନକୁ ବ୍ୟାପକ କରିବେ ବୋଲି ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ