Masthead

ସ୍ଲୋଗାନରେ ସୀମିତ ସରକାରୀ ଯୋଜନା

ସାରସକଣା (ବଡ଼ ଖବର ବ୍ୟୁରୋ): ଗାଁର ବିକାଶ ପାଇଁ ସରକାର କରିଛନ୍ତି ମାଳମାଳ ଯୋଜନା । କିନ୍ତୁ ତାହା କେବଳ କାଗଜକଲମରେ ସୀମିତ । ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ମଧ୍ୟ ମୟୂରଭଞ୍ଜ ଜିଲ୍ଲା ସରକଣା ବ୍ଲକର ଜୋଗିତଫାଗାଁକୁ ନାହିଁ ରାସ୍ତା । ଗମନାଗମନର ମାଧ୍ୟମ ସାଜିଛି ବାଉଁଶ ତିଆରି ପୋଲ । ଦୈନନ୍ଦିନ ବଜାର ହେଉ କି ପଞ୍ଚାୟତରୁ ଚାଉଳ ଓ ଭତ୍ତା ପାଇଁ ଗ୍ରାମବାସୀ ଏହି ବାଉଁଶ ପୋଲ ଉପରେ ନିର୍ଭର କରୁଛନ୍ତି । ସରକାରଙ୍କ ଗାଁକୁ କାମ ମା’କୁ ସମ୍ମାନର ନାରା ଦେଉଥିବା ସରକାର କେବଳ ସ୍ଲୋଗାନରେ ହିଁ ସୀମିତ ରହିଛି । ଏହି ବାଉଁଶ ପୋଲ ଦେଇ ଗାଁକୁ ଆମ୍ବୁଲାନ୍ସ ଆସିପାରୁ ନାହିଁ । ଗର୍ଭବତୀଙ୍କୁ ବାଉଁଶ ପୋଲ ଦେଇ ଆମ୍ବୁଲାନ୍ସ ପର୍ଯ୍ୟନ୍ତ ବୋହି ନେଉଛନ୍ତି ଗ୍ରାମବାସୀ । ବର୍ଷାଦିନ ଆସିଲେ ନାହିଁ ନଥିବା ସମସ୍ୟା ଭୋଗୁଛନ୍ତି ଜୋଗିତଫା ଗାଁ ଲୋକେ । ସମସ୍ୟା ସମ୍ପର୍କରେ ବ୍ଲକ ଅଫିସ ଠାରୁ ଆରମ୍ଭ କରି ନେତା, ମନ୍ତ୍ରୀଙ୍କୁ ଗୁହାରୀ କରି ଥିଲେ ମଧ୍ୟ କେହି ଶୁଣୁ ନଥିବା କହିଛନ୍ତି ଗ୍ରମବାସୀ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ଆଇଇଡି ବିସ୍ଫୋରଣରେ ଉଡ଼ିଲା ରେଳ ଟ୍ରାକ୍ 🔴 କଙ୍ଗାରୁ କୋର୍ଟ ପାଇଁ ଜୀବନ ହାରିଲା ପରିବାର 🔴 ଆଜି ଭାରତ-ଇୟୁ ମଧ୍ୟରେ ବଡ଼ ଡ଼ିଲ୍ 🔴 ସାଧାରଣତନ୍ତ୍ର ଦିବସରେ ମୁଖ୍ୟମନ୍ତ୍ରୀଙ୍କ ସମ୍ବୋଧନ 🔴 ଦେଶ ପାଳୁଛି ୭୭ତମ ସାଧାରଣତନ୍ତ୍ର ଦିବସ 🔴 ଜୀବନ ଯୁଦ୍ଧରେ ହାରିଗଲେ ଅଭିଜିତ ମଜୁମଦାର 🔴 ଆହୁରି ବଢିବ ରାତି ତାପମାତ୍ରା 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ