Masthead

ଆଖି ଆଗରେ କଳାକନା ବୁଲାଇଲେ ଦୁର୍ବୃତ୍ତ

କଳାହାଣ୍ଡି  (ବଡ଼ ଖବର ବ୍ୟୁରୋ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ସହରର ଜଗନ୍ନାଥ ପଡ଼ାରେ ଡକାୟତି । ବ୍ୟବସାୟୀ ସୁବାଷ ଅଗ୍ରୱାଲଙ୍କ ଘରେ ଗତ ବିଳମ୍ବିତ ରାତିରେ ମାରଣାସ୍ତ୍ର ଦେଖାଇ ସଶସ୍ତ୍ର ଡକାୟତି ହୋଇଛି। ପରିବାର ଲୋକଙ୍କ କହିବା ଅନୁଯାୟୀ ବିଳମ୍ବିତ ରାତିରେ ପ୍ରାୟ ୯ ଜଣ ଦୁର୍ବୃତ୍ତ ଘରକୁ ପଶି ମାରଣାସ୍ତ୍ର ଦେଖାଇ ପରିବାର ସମସ୍ତ ସଦସ୍ୟଙ୍କୁ ବାନ୍ଧି ଘରେ କଳାକାନା ବୁଲାଇଛନ୍ତି । ଘରେ ଥିବା ଆଲମାରୀ ଭାଙ୍ଗି ପ୍ରାୟ ୬ ଲକ୍ଷ ନଗଦ ଟଙ୍କା ଓ ସୁନାଗହଣା ନେଇ ଚମ୍ପଟ ମାରିଥିବା ଜଣାପଡିଛି। ୯ ଜଣ ଡକାୟତ ହିନ୍ଦୀ ଓ ବିହାରୀ ଭାଷାରେ କଥାବାର୍ତ୍ତା କରୁଥିବା ପରିବାର ଲୋକେ ସୂଚନା ଦେଇଥିବା ବେଳେ ଖବର ପାଇ ଘଟଣା ସ୍ଥଳରେ କେସିଙ୍ଗା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ