Masthead

ବାରବାଡୋସ୍‌ରେ ଘୂର୍ଣ୍ଣିଝଡ଼ ବିପଦ; ହୁରିକେନ୍ ‘ବିରେଲ୍’ ପାଇଁ ଫସିଲା ଟିମ୍ ଇଣ୍ଡିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ୱେଷ୍ଟ ଇଣ୍ଡିଜରେ ଫସିଲା ବିଶ୍ବ ଚାମ୍ପିଅନ ଟିମ୍‌ ଇଣ୍ଡିଆ । ଘୂର୍ଣ୍ଣିଝଡ଼ ଯୋଗୁଁ ବାର୍ବାଡସ୍‌ ଛାଡ଼ିବା ବିଳମ୍ବ ସମ୍ଭାବନା । ହିରିକେନ ‘ବାରିଲ’ ପାଇଁ ବିମାନ ସେବା ପ୍ରଭାବିତ । ଭାରତୀୟ ସମୟ ଆଜି ରାତି ସାଢ଼େ ୮ରେ ଫେରି ପାରିବେନି । ବାର୍ବାଡସରୁ ନ୍ୟୁୟର୍କ ଭାୟା ଦୁବାଇ ଦେଇ ଦିଲ୍ଲୀ ଫେରିବେ । ସପୋର୍ଟ ଷ୍ଟାଫ ଓ ପରିବାର ସହ ପ୍ରାୟ ୭୦ ଜଣ ଭାରତ ଫେରିବେ । ଭାରତୀୟ ଦଳ ସୋମବାର ବାରବାଡୋସରୁ ବିଦାୟ ନେବାକୁ ଥିଲା, କିନ୍ତୁ ବର୍ତ୍ତମାନ ସାଇକ୍ଲୋନ ବେରୟଲ ରାସ୍ତା ଅବରୋଧ କରିଛି। ସେମାନଙ୍କୁ ଭାରତ ଫେରାଇ ଆଣିବା ପାଇଁ ବିସିସିଆଇ ପଠାଇପାରେ ସ୍ୱତନ୍ତ୍ର ବିମାନ । ପାଗ ଠିକ୍ ରହିଲେ ସ୍ୱତନ୍ତ୍ର ବିମାନ ସିଧାସଳଖ ଦିଲ୍ଲୀ ପାଇଁ ଉଡାଣ ଭରିପାରେ । ଟିମ୍ ଇଣ୍ଡିଆର ଖେଳାଳିଙ୍କୁ ବାର୍ବାଡୋସରୁ ବାହାରକୁ ବାହାରିବା ପାଇଁ ଆଜି ବିଳମ୍ବିତ ରାତି କିମ୍ବା ଆସନ୍ତାକାଲି ସକାଳ ପର୍ୟ୍ୟନ୍ତ ଅପେକ୍ଷା କରିବାକୁ ପଡ଼ିପାରେ । ଜୁଲାଇ ୩ ତାରିଖ ସୁଦ୍ଧା ଭାରତୀୟ ଖେଳାଳି ସ୍ୱଦେଶ ଫେରିବାର ସମ୍ଭାବନା ରହିଛି । ୱେଷ୍ଟଇଣ୍ଡିଜର ବାର୍ବାଡୋସରେ ଏବେ ଘୁର୍ଣ୍ଣିଝଡ ହୁରିକେନ୍ ‘ବେରିଲ’ ବିପଦ । ଏଥିପାଇଁ ସମସ୍ତେ ଘର ଭିତରେ ରହିଛନ୍ତି । ବିମାନ ଚଳାଚଳ ବନ୍ଦ ରହିଛି । ଚଳିତବର୍ଷ ୱେଷ୍ଟଇଣ୍ଡିଜରେ ଏହା ପ୍ରଥମ ବାତ୍ୟା ।

ଦକ୍ଷିଣ-ପୂର୍ବ କ୍ୟାରିବିଆନ୍ ଆଡ଼କୁ ଆସୁଥିବା ‘ବେରିଲ’ ଏବେ ଶକ୍ତିଶାଳୀ କ୍ୟାଟେଗୋରି-୩ ବାତ୍ୟାରେ ପରିଣତ ହୋଇଛି । ବାର୍ବାଡୋସ୍, ସେଂଟଲୁସିଆ, ଗ୍ରେନାଡା ଏବଂ ସେଂଟ ଭିନସେଂଟ ଏବଂ ଗ୍ରେନେଡାଇନ୍ ସମେତ ଅନେକ ଦ୍ୱୀପରେ ବାତ୍ୟା ସତର୍କ ସୂଚନା ଜାରି କରାଯାଇଛି । ମିଆମିର ନ୍ୟାସନାଲ ହରିକେନ୍ ସେଂଟର ପରିସ୍ଥିତିର ଗମ୍ଭୀରତା ଉପରେ କହିଛି ଯେ ‘ବେରିଲ୍’ ଜୀବନ ପ୍ରତି ବିପଦପୂର୍ଣ୍ଣ ପବନ ଏବଂ ଝଡ଼ ତୋଫାନ ଆଣିବାର ପୂର୍ବାନୁମାନ କରିଛି । ଏହା ଏକ ଅତ୍ୟନ୍ତ ବିପଜ୍ଜନକ ବାତ୍ୟା । ବାର୍ବାଡୋସରେ ଭାରତ, ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ବିଶ୍ୱକପ ବିଜୟୀ ହୋଇଥିଲା । ମ୍ୟାଚ ବେଳେ ମଧ୍ୟ ବର୍ଷା ଆଶଙ୍କା ରହିଥିଲା । ଏବେ ବାତ୍ୟା ପାଇଁ ଖେଳାଳିମାନେ ହୋଟେଲ ଭିତରେ ସୁରକ୍ଷିତ ରହିଛନ୍ତି । କେବଳ ଖେଳାଳି ନୁହଁନ୍ତି ମ୍ୟାଚ ରିପୋର୍ଟିଂ ପାଇଁ ଯାଇଥିବା ଅନେକ ସାମ୍ବାଦିକ ମଧ୍ୟ ଏବେ ବାର୍ବାଡୋସରେ ଫସିଥିବା ଜଣାପଡିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର 🔴 ନୂଆପଡ଼ାରେ ପୁଣି ପ୍ରଚାର କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଜିଠୁ ମାଟ୍ରିକ ପରୀକ୍ଷା ପାଇଁ ଫର୍ମ ପୂରଣ 🔴 ପୁଣି ଶ୍ରୀମନ୍ଦିରକୁ ହିଡେନ୍‌ କ୍ୟାମେରା ନେଇ ପ୍ରବେଶ 🔴 ମାରିଦେଲେ..ଇଟା ବାନ୍ଧି ଭସାଇ ଦେଲେ 🔴 କଳିଙ୍ଗା ଘାଟିରେ ଓଲଟିଲା ବସ, ଜଣେ ମୃତ 🔴 ନୂଆପଡା ଯିବେ ନବୀନ, କରିବେ ରୋଡ ସୋ 🔴 ଓସ୍ତପୁର-କୋଟପଲ୍ଲା ବଜାରରେ ପୁଣି ୧୬୩ 🔴 ଆରଆଇ ପରୀକ୍ଷାରେ ବଡ଼ ବିଭ୍ରାଟ 🔴 ନୂଆପଡ଼ାରେ ହାଇଭୋଲଟେଜ ପ୍ରଚାର 🔴 ଭୋଟ ଦେଉଛି ବିହାର