Masthead

ସରକାରୀ ଜମି ପାଇଁ ଗଡ଼ିଲା ମୁଣ୍ଡ

ବଡ଼ମ୍ବା (ବଡ଼ ଖବର ବ୍ୟୁରୋ): ସରକାରୀ ଜମି ଜବର ଦଖଲକୁ ନେଇ ଗୋଷ୍ଠୀ ସଂଘର୍ଷ । କଟକ ଜିଲ୍ଲା ବଡ଼ମ୍ବା ଥାନା ମାଣିଆବନ୍ଧ ଫାଣ୍ଡି ଅଧିନସ୍ଥ କୁଆଁରପାଳ ପଞ୍ଚାୟତ ସରକାରୀ ଜମିକୁ ନେଇ ଦୁଇ ଗାଁ ମଧ୍ୟରେ ବୋମାମାଡ଼, ଗୁଳିମାଡ଼ ହୋଇଛି । ଏହି ଗୁଳିମାଡ଼ରେ ଦୁଇଜଣ ମୃତ ଏବଂ ୨୦ରୁ ଅଧିକ ଲୋକ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସୂଚନାଅନୁସାରେ, କୁଆଁରପାଳ ପଞ୍ଚାୟତର ବୁଢ଼ାପଙ୍କ ଓ ଭାଗବତପୁର ଗ୍ରାମ ମଧ୍ୟରେ ଦୀର୍ଘ ପାଞ୍ଚ ବର୍ଷ ହେବ ସରକାର ଜମିକୁ କେନ୍ଦ୍ର କରି ଚାଲିଥିବା ବିବାଦ ଉଗ୍ର ରୂପ ଧାରଣ କରିଛି। ଉଭୟ ଗ୍ରାମରୁ ଢେଲା, ପଥର, ବୋମା ମାଡ଼, ଗୁଳି ମାଡ଼ରେ ଭାଗବତପୁରର ଦୁଇଜଣଙ୍କ ମୃତ୍ୟୁ ହୋଇଛି ଏବଂ ୨୦ରୁ ଅଧିକ ଜଣ ଗୁରୁତର ଆହତ ହୋଇଛନ୍ତି।

ଘଟଣା ସ୍ଥଳରେ ଉତ୍ତ୍ୟକ୍ତ ଗ୍ରାମବାସୀମାନେ କିଛି ସମୟ ମାଣିଆବନ୍ଧ ଫାଣ୍ଡି ଅଧିକାରୀଙ୍କୁ ଅଟକ ରଖିଥିଲେ । ପରେ ବଡ଼ମ୍ବା ଥାନା ଅଧିକାରୀ ପହଁଚି ସ୍ଥିତିକୁ ନିୟନ୍ତ୍ରଣାଧୀନ କରିବା ପାଇଁ ଚେଷ୍ଟା କରୁଥିବା ବେଳେ ବର୍ତ୍ତମାନ ମଧ୍ୟ ସ୍ଥିତି ଗମ୍ଭୀର ରହିଛି। ଗ୍ରାମକୁ ଆମ୍ବୁଲାନ୍ସ, ଗଣମାଧ୍ୟମ ପ୍ରତିନିଧିଙ୍କୁ ପୁରାଇ ଦିଆଯାଉନାହିଁ। ବର୍ତ୍ତମାନ ୬୫ନଂ ରାଜ୍ୟ ରାଜପଥ ଶବରଖି ବଡମ୍ବା ନରସିଂହପୁରର ମୁଖ୍ୟ ରାସ୍ତାକୁ ଗ୍ରାମବାସୀମାନେ ସ୍ଥାନୀୟ ପ୍ରଶାସନକୁ ଦାୟିକରି ଅବରୋଧ କରିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ