Masthead

ଆରପିଏଫ ଯବାନଙ୍କ ମାଡରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ

ଯୋଡ଼ା (ବଡ଼ ଖବର ବ୍ୟୁରୋ): ବାଂଶପାଣି ରେଳ ଷ୍ଟେସନରେ ଆରପିଏଫ ଯବାନଙ୍କ ମାଡରେ ଯୁବକଙ୍କ ମୃତ୍ୟୁ ଅଭିଯୋଗ । ମୃତ୍ୟୁ ପରେ ସ୍ଥାନୀୟ ବସ୍ତି ବାସିନ୍ଦା ଉତ୍ତ୍ୟକ୍ତ ହୋଇ ରେଳ ଷ୍ଟେସନ ଓ ଆରପିଏଫ ବାରାକରେ ଭଙ୍ଗାରୁଜା କରିଛନ୍ତି । ଉତ୍ୟକ୍ତ ଲୋକଙ୍କ ଆକ୍ରମଣରେ ୩ ଆରପିଏଫ ଯବାନ ଗୁରୁତର ହୋଇଛନ୍ତି । ବୁଧବାର ସନ୍ଧ୍ୟାରେ ଲକ୍ଷ୍ମଣ ପାତ୍ର ୨ ନମ୍ବର ରେଳ ସାଇଡିଂକୁ ଯାଇଥିଲେ ।

ତେବେ ସେଠାରେ ଆରପିଏଫ୍ ଯବାନମାନେ ତାଙ୍କୁ ଚୋର ସନ୍ଦେହରେ ନିସ୍ତୁକ ମାଡ଼ ମାରିଥିଲେ । ଘଟଣାସ୍ଥଳରେ ଲକ୍ଷ୍ମଣଙ୍କ ମୃତ୍ୟୁ ହୋଇଥିଲା । ଏହି ଖବର ପ୍ରଚାର ହେବାପରେ ସ୍ଥାନୀୟ ଲୋକେ ତାତିଥିଲେ । କୋଇଲା ହଟିଂ, ଭଞ୍ଜହଟିଂ ଓ ରାଧା ହଟିଂର ଶତାଧିକ ମହିଳା ପୁରୁଷ ସଂଘବଦ୍ଧ ଭାବରେ ଷ୍ଟେସନରେ ପଶି ବିଭିନ୍ନ ରେକର୍ଡ ପତ୍ର, ଆସବାବପତ୍ର ନଷ୍ଟ କରିବା ସହ ବ୍ୟାପକ ଭଙ୍ଗାରୁଜା କରିଥିଲେ ।

ସିଗନାଲ ପାନେଲକୁ ମଧ୍ୟ ଭାଙ୍ଗିଦେଇଥିଲେ ଲୋକେ ।ଏଥିସହ ଆରପିଏଫ ଯବାନମାନଙ୍କୁ ଅତର୍କୀତ ଆକ୍ରମଣ କରିଥିଲେ । ଉତ୍ତ୍ୟକ୍ତ ଲୋକଙ୍କ ମାଡ଼ରେ ୪ଜଣ ଆରପିଏଫ ଯବାନ ଓ ଜଣେ ଏସ୍ ଆଇ ଗୁରୁତର ଆହତ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 ‘୧୧ଏ’ ସିଟ, ବଂଚିଯାଉଛି ଜୀବନ 🔴 ଆଇଇଡି ବିସ୍ଫୋରଣ, ଯବାନ ଗୁରୁତର 🔴 ଆଜି ପହିଲି ରଜ 🔴 ଝାଡାବାନ୍ତିରେ ଆଉଟ ପାଉଟ ଯାଜପୁର, ଛୁଟି ବାତିଲ 🔴 ଅଳ୍ପକେ ବର୍ତ୍ତିଲା ୧୫୬ ଜଣଙ୍କ ଜୀବନ 🔴 ଜୀବନର ମୂଲ୍ୟ ପାଣି ଫୋଟକା ନା? 🔴 କାଳ ସାଜିଲା ଜୁନ ୧୨ 🔴 ଲକି ନମ୍ବର ହୋଇଗଲା ଅନଲକି 🔴 ଜଳିଗଲା ବିମାନ..ଚାଲିଗଲା ଜୀବନ, ଅଧାରେ ରହିଗଲା ଲଣ୍ଡନରେ ଯିବା ସ୍ବପ୍ନ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ !