Masthead

ଶ୍ରୀମନ୍ଦିର ପାଇଁ ୧୯୦କୋଟି, ସେବାୟତଙ୍କୁ ଡ୍ରେସ୍ କୋଡ୍

ପୁରୀ(ବଡ଼ ଖବର ବ୍ୟୁରୋ): ଶ୍ରୀମନ୍ଦିର ପାଇଁ ଅନୁମୋଦିତ ହୋଇଛି ୧୯୦କୋଟି। ଆଗକୁ ସେବାୟତ ଓ କର୍ମଚାରୀ ପିନ୍ଧିବେ ଡ୍ରେସ୍ କୋଡ୍। ଆଜି ଶ୍ରୀମନ୍ଦିର ପରିଚାଳନା କମିଟିରେ ଗୃହୀତ ହୋଇଛି ଚଳିତ ଆର୍ଥିକ ବର୍ଷର ବଜେଟ। କୋଭିଡ କଟକଣା ଯୋଗୁଁ ପୂର୍ବରୁ ବିଳମ୍ବିତ ହୋଇଥିବା ବଜେଟ୍ ୧୯୦.୨୬ କୋଟିର ବଳକା ବଜେଟ୍ ଭାବେ ଗୃହୀତ ହୋଇଥିଲା । ଖଣିରୁ ୧୫ କୋଟି, ଜମା ସୁଧରୁ ୩୭ କୋଟି, ହୁଣ୍ଡିରୁ ୬ କୋଟି ଟଙ୍କା ଓ ରାଜ୍ୟ ସରକାର ୪୨ କୋଟି ଟଙ୍କାର ସହାୟତା ଦେଇଥିବା ବଜେଟରେ ଉଲ୍ଲେଖ କରାଯାଇଛି। ରଥଯାତ୍ରାରେ ୧୨ କୋଟି ୭୨ ଲକ୍ଷ ଟଙ୍କା, ପାଳିଆ ପୁରସ୍କାରରେ ୧୫ କୋଟି, ବିଭିନ୍ନ ଉନ୍ନୟନ କାର୍ଯ୍ୟରେ ୨୧ କୋଟି ଟଙ୍କା ବିନିଯୋଗ କରାଯାଇଛି। ଆସନ୍ତାବର୍ଷ ଖଣିରୁ ପ୍ରାୟ ୭୦ କୋଟି ଟଙ୍କା ଆୟର ଲକ୍ଷ୍ୟ ରଖାଯାଇଥିବା ବେଳେ ଶ୍ରୀମନ୍ଦିରରେ ଲାଗିଥିବା ଖଣ୍ଡାଲାଇଟ ପଥର ଆମଦାନୀ ପାଇଁ ଓଏମସି ସହିତ ବୁଝାମଣା କରାଯିବ।

ପୁରୀ ସହରର ଜମିଜମା ସମସ୍ୟାର ସମାଧାନ ପାଇଁ ମୁଖ୍ୟ ଶାସନ ସଚିବଙ୍କ ସହିତ ବୈଠକ କରାଯାଇଛି। ଖୁବଶୀଘ୍ର ଏହି ସମସ୍ୟାର ସମାଧାନ ପାଇଁ ପଦକ୍ଷେପ ନିଆଯିବ ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି। ସେହିପରି ସୂର୍ଯ୍ୟ ମନ୍ଦିର ଦ୍ବାରର ହେବ ରୂପା ଛାଉଣୀ। ଜଣେ ଦାତାଙ୍କ ଦ୍ବାରା ଏହି ରୂପା ଛାଉଣୀ କାର୍ଯ୍ୟ କରାଯିବ। ସେବାୟତ ଓ ଶ୍ରୀମନ୍ଦିର କର୍ମଚାରୀମାନଙ୍କ ପାଇଁ ଭିନ୍ନ ଭିନ୍ନ ଡ୍ରେସ୍ କୋଡ୍ କରିବାକୁ ନିଷ୍ପତ୍ତି ହୋଇଛି। କେଉଁ ଭଳି ଡ୍ରେସ୍ କୋଡ୍ ଲାଗୁ ହେବ ସେ ନେଇ ବିଚାର ବିମର୍ଶ କରାଯାଉଛି। ସେବାୟତଙ୍କ ସ୍ବାସ୍ଥ୍ୟ ସେବା ପାଇଁ ଏକ ଘରୋଇ ହସ୍ପିଟାଲ ସହିତ ବୁଝାମଣା କରାଯିବାକୁ ନିଷ୍ପତ୍ତି ହୋଇଛି। ତେବେ ଏହି ବୈଠକ ଗଜପତି ଦିବ୍ୟସିଂହ ଦେବ, ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରୀଷନ କୁମାର, ଜିଲ୍ଲାପାଳ ସମର୍ଥ ବର୍ମା, ଏସପି କନୱର ବିଶାଳ ସିଂ ଓ ପରିଚାଳନା କମିଟିର ସଦସ୍ୟମାନଙ୍କ ଉପସ୍ଥିତିରେ ହୋଇଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ