Masthead

ବନ୍ଧୁକ ମୁନରେ ଲୁଟିଲେ ୨୧ ଲକ୍ଷ ଟଙ୍କା

ସୁବର୍ଣ୍ଣପୁର(ବଡ ଖବର ବ୍ୟୁରୋ): ସୁବର୍ଣ୍ଣପୁର ଜିଲ୍ଲାରେ ଚାଞ୍ଚଲ୍ୟ । ବନ୍ଧୁକ ମୁନରେ ଲୁଟିନେଲେ ୨୧ ଲକ୍ଷ ଟଙ୍କା । ଏଟିଏମରେ ଭର୍ତ୍ତି ପାଇଁ ଟଙ୍କା ଧରି ଯିବାବେଳେ ଘଟିଥିଲା ଏଭଳି ଘଟଣା । ଧର୍ମଶାଳା ଫାଣ୍ଡିରୁ ଦେଢ କିମି ଦୂର ବାଘଲପୁର ଗାଁ ନିକଟରେ ଘଟିଛି ଏଭଳି କାଣ୍ଡ । ସୁବର୍ଣ୍ଣପୁର ବରୋଦା ବ୍ୟାଙ୍କରୁ ସୁଧାଂଶୁ ପ୍ରଧାନ ଓ ସୁନିଲ ମହାରଣା ୨୧ ଲକ୍ଷ ଟଙ୍କା ଧରି ଉଲୁଣ୍ଡା ଏଟିଏମକୁ ଭର୍ତ୍ତି କରିବା ପାଇଁ ଯାଉଥିଲେ । ଜଣଙ୍କ ବ୍ୟାଗରେ ୧୧ ଲକ୍ଷ ଟଙ୍କା ଥିବାବେଳେ ଆଉ ଜଣଙ୍କ ବ୍ୟାଗରେ ୧୦ ଲକ୍ଷ ଟଙ୍କା ଥିଲା ।

ଉଭୟେ ବାଘଲପୁର ଗାଁ ପାର ହେଲା ପରେ ୬ ଜଣ ଡକାୟତ ୩ ଟି ବାଇକରେ ଆସିଥିଲେ । ପ୍ରଥମେ ସୁଧାଂଶୁଙ୍କ ବାଇକୁ ଧକ୍କା ମାରି ପକାଇ ଦେଇଥିଲେ । ପରେ ବନ୍ଧୁକ ଓ ମାରଣାସ୍ତ୍ର ଦେଖାଇ ଉଭୟଙ୍କ ବ୍ୟାଗ ଛଡାଇ ନେଇଥିବା ସୁଧାଂଶୁ କହିଛନ୍ତି । ଧର୍ମଶାଳା ଫାଣ୍ଡିକୁ ଆସି ଅଭିଯୋଗ କରିଛନ୍ତି ସୁଧାଂଶୁ । ଡକାୟତ ଦଳ ଗୋଟିଏ ନମ୍ବର ବିହିନ ଗାଡି ଘଟଣା ସ୍ଥଳରେ ଛାଡି ଦେଇଥିଲେ । ଗାଡିକୁ ପୋଲିସ ଜବତ କରିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି