Masthead

‘ଖୋଲିବ ନବ ଦାସଙ୍କ ହତ୍ୟା ମାମଲାର ଗୁମର ପେଡ଼ି’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଖୋଲିବ ନବ ଦାସଙ୍କ ହତ୍ୟା ମାମଲାର ଗୁମର ପେଡ଼ି । ବିଜେପି ସରକାର ଏହି ମାମଲାର ପୁନଃ ତଦନ୍ତ କରିବାକୁ ନିଷ୍ପତି ନେଇଛନ୍ତି । ଏନେଇ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରଚନ୍ଦନ ଜାତୀୟ ଗଣମାଧ୍ୟମ ସଂସ୍ଥାକୁ ଟାଇମ୍ସ ଅଫ ଇଣ୍ଡିଆକୁ ଦେଇଥିବା ଏକ ସାକ୍ଷାତକାରରେ କହିଛନ୍ତି । ବିଜେଡି ସରକାରରେ କ୍ୟାବିନେଟ ମନ୍ତ୍ରୀ ଥିଲେ ନବ ଦାସ । ଗତ ୨୦୨୩ ଜାନୁଆରୀ ୨୯ ତାରିଖରେ ନବ ଦାସଙ୍କୁ ଦିନ ଦିପ୍ରହରରେ ଗୁଳି କରି ହତ୍ୟା କରିଥିଲା ଏଏସଆଇ ଗୋପାଳ ଦାସ । ଏହି ହତ୍ୟାକାଣ୍ଡ ପଛରେ ବିଜେଡି ନେତାଙ୍କ ସମ୍ପୃକ୍ତି ଥିବା ନେଇ ମଧ୍ୟ ଅଭିଯୋଗ ଆସିଥିଲା ।

ଅଭିଯୁକ୍ତ ଗୋପାଳ ଦାସ ଜେଲରେ ଥିଲେ ମଧ୍ୟ ଏହି ହତ୍ୟାକାଣ୍ଡ ପଛରେ ବଡ଼ ଷଡଯନ୍ତ୍ର ଥିବା ନେଇ ଅଭିଯୋଗ ହୋଇଥିଲା । କେବଳ ନବ ଦାସଙ୍କ ମାମଲା ନୁହେଁ, ୨୦୨୨ ମମିତା ମେହର ହତ୍ୟା ମାମଲା ଏବଂ ୨୦୦୮ ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟା ମାମଲାର ପୁନଃ ତଦନ୍ତ ହେବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।

ସେପଟେ ନବ ଦାସ ହତ୍ୟାକାଣ୍ଡ ସମେତ ବିଜେଡି ସରକାର ସମୟର କିଛି ପୁରୁଣା କେସ ରି ଓପନ କରାଯିବା ନେଇ ଆଇନ ମନ୍ତ୍ରୀଙ୍କ ବିବୃତି ପରେ ପ୍ରତିକ୍ରିୟା ରଖିଲା ବିଜେଡି । ଦଳର ବିଧାୟକ ଅଶ୍ୱିନୀ ପାତ୍ର କହିଛନ୍ତି ଆଇନର ଧାରା ଆଇପିସି ସିଆରପିସି ଅନୁଯାୟୀ କେସ ଚାଲିଥାଏ । ସେହି ଅନୁସାରେ କୋର୍ଟରେ ବିଚାରବିମର୍ଷ ହୁଏ । ତାକୁ ରିଓପନ କରିବା ନକରିବା ସେଇଟା ଆଇନର ପରିସର। ଆଇନର ଧାରା ଯାହା ଆସିବ ସେହି ଅନୁଯାୟୀ ସେମାନେ କରିବେ । ଲୋକଙ୍କ ମନରେ ନବ ଦାସ ହତ୍ୟାକାଣ୍ଡ ନେଇ କୌଣସି ସନ୍ଦେହ ନାହିଁ । ପୂର୍ବ ସରକାର ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ଠିକ ଭାବେ ତଦନ୍ତ କରାଯାଇଛି ଏବଂ ଆଇନର ପରିସର ଭିତରେ ଠିକ ଭାବେ ପଦକ୍ଷେପ ନିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି