Masthead

ଆଜି ଓଡ଼ିଶା ଆସିବେ ସଚିନ ପାଇଲଟ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ନେତା ସଚିନ ପାଇଲଟ । ବାଲେଶ୍ୱରର ଦୁଇଟି ସ୍ଥାନରେ ସାଧାରଣ ସଭାରେ ଯୋଗଦେବେ। ସାଂସଦ ରାହୁଲ ଗାନ୍ଧି, ଏଆଇସିସି ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେଙ୍କ ପରେ କଂଗ୍ରେସର ଆଉ ଜଣେ ନେତା ଆଜି ଓଡ଼ିଶାରେ ପ୍ରଚାର ମଇଦାନକୁ ଓହ୍ଲାଇବେ । ବାଲେଶ୍ୱର ଲୋକସଭା ପ୍ରାର୍ଥୀ ଶ୍ରୀକାନ୍ତ ଜେନାଙ୍କ ପାଇଁ ନିର୍ବାଚନୀ ପ୍ରଚାର ମଧ୍ୟ କରିପାରନ୍ତି । ସଚିନ ପ୍ରଥମେ ଅପରାହ୍ନ ସାଢ଼େ ୧୨ଟାରେ ବାଲେଶ୍ୱର ପୋଲିସ ଗ୍ରାଉଣ୍ଡ୍‌ରେ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେବେ। ଏହାପରେ ଅପରାହ୍ନ ୨ଟା ୪୫ରେ ଭୋଗରାଇ ଥାନା ଛକ ନିକଟରେ ହେବାକୁ ଥିବା ସାଧାରଣ ସଭାରେ ଯୋଗଦେଇ ଉଦ୍‌ବୋଧନ ଦେବେ। ସନ୍ଧ୍ୟା ୬ଟାରେ ଭୁବନେଶ୍ୱର କଂଗ୍ରେସ ଭବନରେ ଏକ ସାମ୍ବାଦିକ ସମ୍ମିଳନୀ କରିବେ ବୋଲି ସୂଚନା ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା