Masthead

ସରେଣ୍ଡର କଲା ହାଇଦରର ସାଥୀ ସଲ୍ଲୁ

କଟକ (ବଡ଼ ଖବର ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦରର ଫେରାର ହେବା ୨ଦିନ ବିତିଗଲାଣି । ଏଯାଏଁ ତାର ଟେର ପାଉନି ପୋଲିସ। ଶନିବାର ସନ୍ଧ୍ୟାରୁ କଟକ ବଡ଼ ମେଡିକାଲରୁ କୁଖ୍ୟାତ ଅପରାଧୀ ହାଇଦର ଫେରାର ହୋଇଯାଇଥିଲା । ତାକୁ ଖୋଜିବା ପାଇଁ ପୋଲିସ ପକ୍ଷରୁ ଗଠନ ହୋଇଛି ଏକାଧିକ ସ୍କ୍ୱାଡ । ଜାରି ରହିଛି ସର୍ଚ୍ଚ ଅପରେସନ ।

କଟକ ସହର ସମେତ କେନ୍ଦ୍ରାପଡ଼ା, ଯାଜପୁର, ଜଗତସିଂପୁର ଜିଲ୍ଲାର ପୋଲିସକୁ ମଧ୍ୟ ଆଲର୍ଟ କରାଯାଇଛି। ରାଜ୍ୟ ରାଜପଥ ଓ ଜାତୀୟ ରାଜପଥର ଉଭୟ ପଟରୁ ଆସୁଥିବା ଗାଡିଗୁଡିକୁ ପୋଲିସ ଅଟକାଇ ତନ ତନ କରି ଯାଞ୍ଚ କରୁଛି। ତଥାପି ହାଇଦରକୁ ଧରିବାରେ ପୋଲିସ ବିଫଳ ହୋଇଛି। ଆଜି ଗ୍ୟାଙ୍ଗଷ୍ଟର ହାଇଦରର ସହଯୋଗୀ ସଲ୍ଲୁ ଓରଫ ୟାକୁବ ଆତ୍ମସମର୍ପଣ କରିଛି।

କଟକ ଚାଉଳିଆଗଞ୍ଜ ଥାନାରେ ସେ ଆତ୍ମସମର୍ପଣ କରିଛି। ପୋଲିସକୁ ପୂରା ସହଯୋଗ କରିବାକୁ କହିଛି ସଲ୍ଲୁ । ସେ ଏସସିବିରେ ହାଇଦରକୁ ବିରିୟାନି ଦେଇଥିଲା । ହାଇଦର ଫେରାର ଘଟଣାରେ ଜେଲ ଡିଆଇଜି ଶୁଭକାନ୍ତ ମିଶ୍ର କହିଛନ୍ତି ପୋଲିସକୁ ତଦନ୍ତରେ ସମସ୍ତ ସହଯୋଗ କରୁଛୁ। ସମ୍ବଲପୁର ଜେଲର କୌଣସି କର୍ମଚାରୀଙ୍କ ବିରୋଧରେ ଅଭିଯୋଗ ଆସିଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ