Masthead

ଆଜି ଲୋକାର୍ପଣ ହେବ ସମଲେଇ ପ୍ରକଳ୍ପ

 

ସମ୍ବଲପୁର(ବଡ଼ ଖବର ବ୍ୟୁରୋ): ଆଜି ଲୋକାର୍ପଣ ହେବ ବହୁ ପ୍ରତିକ୍ଷୀତ ସମଲେଇ ପ୍ରକଳ୍ପ। ସମ୍ବଲପୁରରେ ହୋଇଥିବା ମା’ ସମଲେଇ ପ୍ରକଳ୍ପକୁ ଆନୁଷ୍ଠାନିକ ଭାବେ ଉଦଘାଟନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଆଜି ଦିନ ୧୨ଟା ସମୟରେ ଜମାଦାରପାଲି ଏୟାରଷ୍ଟ୍ରିପରେ ମୁଖ୍ୟମନ୍ତ୍ରୀ ବିମାନ ଯୋଗେ ପହଞ୍ଚିବେ। ସେଠାରୁ ସମଲେଇ ମନ୍ଦିରକୁ ଯାଇ ଅପରାହ୍ନ୧୨ଟା ୩୦ ମିନିଟରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ମଧ୍ୟାହ୍ନ ୧୨ଟା ୫୦ରେ ପ୍ରକଳ୍ପର ଲୋକାର୍ପଣ କରିବେ ମୁଖ୍ୟମନ୍ତ୍ରୀ ।

ମନ୍ଦିର ପରିସରରେ ପ୍ରାୟ ଦେଢ ଘଣ୍ଟା ରହଣି କାର୍ଯ୍ୟକ୍ରମ ରହିଛି। ଯଜ୍ଞ କୁଣ୍ଡରେ ଆଜିଠାରୁ ହୋମ ଯଜ୍ଞ ଆରମ୍ଭ ହେବ। ସମଲେଇ ପ୍ରକଳ୍ପ ଲୋକାର୍ପଣ ଓ ସ୍ୱତନ୍ତ୍ର ଦେବ ନୀତି ପାଇଁ ଆଜି ସକାଳ ୯ଟାରୁ ଦିନ ୨ଟା ପର୍ଯ୍ୟନ୍ତ ସମଲେଇ ମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ସମଲେଇ ପ୍ରକଳ୍ପରେ ମା’ ସମଲେଶ୍ବରୀଙ୍କ ମନ୍ଦିରର ଭବ୍ୟ ରୂପାନ୍ତରଣ କରାଯାଇଛି । ଯାହାକି ଶ୍ରଦ୍ଧାଳୁଙ୍କୁ ଦିବ୍ୟ ଅନୁଭବ ଦେବ । ପ୍ରଥମେ ୪.୪୨ ଏକର ଜମିରେ ମାଆଙ୍କ ମନ୍ଦିର ଥିବାବେଳେ ସମଲେଇ ପ୍ରକଳ୍ପରେ ଆଜି ପ୍ରାୟ ୪୦ ଏକର ଜମିରେ ପରିବ୍ୟାପ୍ତ ହୋଇଛି । ପ୍ରକଳ୍ପରେ ମହାନଦୀ ଘାଟ ପ୍ରସ୍ତୁତ ହୋଇଛି । ଏଠାରେ ହଜାର ହଜାର ସଂଖ୍ୟକ ଶ୍ରଦ୍ଧାଳୁ ମହାନଦୀ ଆଳତୀ ଦେଖିପାରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ 🔴 ଯୁବତୀଙ୍କୁ ଦୁର୍ବ୍ୟବହାର ଉଦ୍ୟମ କରିବା ପଡିଲା ମହଙ୍ଗା 🔴 ଘଡ଼ଘଡ଼ି ସହ ବର୍ଷା 🔴 ଏବେ ସୁନା ନ କିଣିବାକୁ ମୋଦିଙ୍କ ପରାମର୍ଶ 🔴 ଆଜିଠୁ ଆରମ୍ଭ ହେବ ରତ୍ନଭଣ୍ଡାର ଅଳଙ୍କାରର ଗଣତି ମଣତି 🔴 ସୌମ୍ୟ ହତ୍ୟା ମାମଲାରେ ବଡ଼ କାର୍ଯ୍ୟାନୁଷ୍ଠାନ 🔴 ପୂର୍ବଶତ୍ରୁତାକୁ କେନ୍ଦ୍ରକରି ବାପ-ପୁଅଙ୍କୁ ଆକ୍ରମଣ 🔴 ଶପଥ ପରେ ଆକ୍ସନ୍ ମୋଡ୍‌ରେ ବିଜୟ 🔴 ହିଜବୁଲ୍ଲାର ୫୮ ଠିକଣାକୁ ଟାର୍ଗେଟ୍ 🔴 ଓଡ଼ିଶାକୁ ଘାରିଲା ବାତ୍ୟା ଭୟ ! 🔴 ଶପଥ ନେଲେ ଶୁଭେନ୍ଦୁ ଅଧିକାରୀ