Masthead

୯ ଡକାୟତ ଗିରଫ, ୧୦ ଲକ୍ଷ ଜବତ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଅନ୍ତର୍ଗତ ଲଇମୁରା ରାସ୍ତା କରଙ୍ଗାମାଳ ଜଙ୍ଗଲରେ ବନ୍ଧୁକ ମୁନରେ ୟୁନିୟନ ବ୍ୟାଙ୍କ ଡକାୟତି ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରିଛି ପୋଲିସ । ଗତ ୯ ତାରିଖ ଘଟିଥିବା ଏହି ଡକାୟତି ଘଟଣାର ସମ୍ବଲପୁର ପୋଲିସ ୨ ଜଣ ମାଷ୍ଟରମାଇଣ୍ଡ ସହ ୯ ଜଣ ଡକାୟତଙ୍କୁ ଗିରଫ କରିଥିବା ସମ୍ବଲପୁର ଏସପି କନୱର ବିଶାଳ ସିଂ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ଏମାନଙ୍କଠାରୁ ନଗତ ୧୦ ଲକ୍ଷ ଟଙ୍ଗା ଓ ୫ ଲକ୍ଷ ଟଙ୍କାର ସାମଗ୍ରୀ ଜବତ ହୋଇଥିବା ସୂଚନା ଦିଆଯାଇଛି । ଏହା ସହ ଡକାୟତିରେ ବ୍ୟବହାର ହୋଇଥିବା ଭୁଜାଲି ଜବତ ହୋଇଛି । ଅଭିଯୁକ୍ତମାନେ ସୁନ୍ଦରଗଡ, କେନ୍ଦ୍ରାପଡା ଓ ସମ୍ବଲପୁର ଜିଲ୍ଲାର ବୋଲି ଏସପି ସୂଚନା ଦେଇଛନ୍ତି । ଡକାୟତମାନଙ୍କ ଠାରୁ ପୋଲିସ ୫ ଟି ବାଇକ ସହ ଗୋଟିଏ କାର ଜବତ କରିଛି ।
ଗତ ୯ ତାରିଖରେ ଏକ ଗାଡ଼ିରେ ୟୁନିୟନ ବ୍ୟାଙ୍କକୁ ଯାଉôଥଲା ୩୫ଲକ୍ଷ୍ ୪୧ହଜାର ଟଙ୍କା । ଏହି ସମୟରେ ୩ ବାଇକରେ ୬ ଲୁଟେରା ଆସି ବନ୍ଧୁକ ମୁନରେ ଟଙ୍କା ଲୁଟି ନେଇଥିବା ଅଭିଯୋଗ ହୋଇଥିଲା । ଡକାୟତମାନଙ୍କୁ ଧରିବା ପାଇଁ ସମ୍ବଲପୁର ପୋଲିସ ପକ୍ଷରୁ ସ୍ୱତନ୍ତ୍ର ଟିମ ଗଠନ କରାଯାଇ ବିଭିନ୍ନ ସ୍ଥାନରେ ଚଢଉ ଜାରି ରହିଥିଲା । ଗିରଫ ଡକାୟତମାନଙ୍କୁ ଆଜି କୋର୍ଟ ଚାଲାଣ କରାଯାଇଛି । ଅଧିକ ପଚରାଉଚରା ପାଇଁ ସେମାନଙ୍କୁ ରିମାଣ୍ଡରେ ଆଣିବ ବୋଲି ଏସପି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ