Masthead

ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌

ସମ୍ୱଲପୁର (ବଡ଼ ଖବର ବ୍ୟୁରୋ): ଡିଭାଇଡରରେ ଧକ୍କା ହୋଇ ଟ୍ରକକୁ ପିଟିଲା କାର୍‌, ୨ ମୃତ । କାର୍‌ରେ ଥିବା ୪ ଜଣଙ୍କ ମଧ୍ୟରୁ ୨ ମୃତ, ଆଉ ୨ ଗୁରୁତର । ଏଭଳି ଅଭାବନୀୟ ଘଟଣା ଘଟିଛି ବୁର୍ଲା ଥାନା ଲଡୁଖାଇ ନିକଟରେ । ଦୁର୍ଘଟଣାରେ ଗୁରୁତର ୨ ଜଣ ବୁର୍ଲା ଭିମସାରରେ ଭର୍ତ୍ତି କରଯାଇଛି । ଏହି ଦୁର୍ଘଟଣାରେ ଗୋଡଭଗା ଅଞ୍ଚଳର ମନୀଷ ଯାଦବ, ସୁବ୍ରତ ସାହୁ ପ୍ରାଣ ହରାଇଥିବା ବେଳେ ସୌରଭ ଗୁପ୍ତା ଏବଂ ଆକାଶ ପଟ୍ଟନାୟକ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ, ରାତି ପ୍ରାୟ ୧୧ଟା ହେବ ଏକ କାର୍‌ରେ ୪ ଜଣ ଯୁବକ ସମ୍ବଲପୁରରୁ ଗୋଡ଼ଭଗା ଅଭିମୁଖେ ଫେରୁଥିବା ବେଳେ ଗୋଶାଳା ନିକଟ ଏକ ଢ଼ାବାରେ ଖାଇଥିଲେ । ସେଠାରୁ ବାହାରି ଗୋଡ଼ଭଗା ଫେରିବା ବେଳେ ଲଡୁଖାଇ ନିକଟରେ ଭାରସାମ୍ୟ ହରାଇ କାର୍‌ଟି ରାସ୍ତା ଡ଼ିଭାଇଡର୍‌ରେ ପିଟି ହୋଇ ଓଲଟି ପଡି ଏକ ଟ୍ରକ୍‌ ସହ ଧକ୍କା ହୋଇଥିଲା । ଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ ଦୁଇ ଜଣ ଗୁରୁତର ହୋଇଥିଲେ । ଏହା ଦେଖି ସ୍ଥାନୀୟଲୋକେ ତୁରନ୍ତ ପୁଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣା ସ୍ଥଳରେ ପୁଲିସ ପହଞ୍ଚି ମୃତଦେହ ଜବତ କରି ଗୁରୁତରଙ୍କୁ ଡାକ୍ତରଖାନାକୁ ସ୍ଥାନାନ୍ତର କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’