Masthead

ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ମମିତା ମେହେର ହତ୍ୟା ମାମଲା । ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି । ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କ ବହିଷ୍କାର ଦାବିରେ ବିଜେପି ପକ୍ଷରୁ ଆଜି ୧୨ ଘଣ୍ଟିଆ ସମ୍ବଲପୁର ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ସାରା ଜିଲ୍ଲାରେ ଦେଖିବାକୁ ମିଳିଛି। ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏଁ ବନ୍ଦ ପାଳନ କରିବାକୁ ନିଷ୍ପତ୍ତି ନେଇଛି ବିଜେପି। ମମିତାଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଦାବି ହୋଇଛି। ଆଜି ସକାଳୁ ସମ୍ବଲପୁର ସହରର ବିଭିନ୍ନ ସ୍ଥାନରେ ବିଜେପି କର୍ମୀମାନେ ପିକେଟିଂ କରୁଥିବାର ଦେଖିବାକୁ ମିଳିଛି।

ଏହି ବନ୍ଦରୁ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯାଇଛି। ଏହି ବନ୍ଦକୁ ଲୋକେ ସମର୍ଥନ ଦେଉଥିବା ବିଜେପି କର୍ମୀମାନେ କହିଛନ୍ତି। ମୁଖ୍ୟମନ୍ତ୍ରୀ ଯଦି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ରଙ୍କୁ ବହିଷ୍କାର ନ କରନ୍ତି, ତେବେ ପ୍ରତିବାଦକୁ ଆହୁରି ତୀବ୍ରତର କରାଯିବ ବୋଲି ସମ୍ବଲପୁର ଜିଲ୍ଲା ବିଜେପି ପକ୍ଷରୁ ଚେତାବନୀ ଦିଆଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ