Masthead

ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ମତଦାନ ସମୟ ନେଇ ସୂଚନା ଜାରି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନ ପାଇଁ ଗତ ୧୯ ତାରିଖରେ ଦେଶରେ ପ୍ରଥମ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଥିବା ବେଳେ ଗତ ୨୬ ତାରିଖରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ ସମାପ୍ତ ହୋଇଛି । ଆଗକୁ ଆଉ ୫ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବ । ସେହିପରି ମେ ୧୩ରୁ ଓଡ଼ିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଗ୍ରହଣ କରାଯିବା ସେପଟେ ଦେଶରେ ଷଷ୍ଠ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରାଜ୍ୟରେ ୩ୟ ପର୍ଯ୍ୟାୟ ଭୋଟ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ୬ ସଂସଦୀୟ କ୍ଷେତ୍ର ସହ ୪୨ ବିଧାନସଭା କ୍ଷେତ୍ର ପାଇଁ ପ୍ରକାଶ ପାଇଛି ବିଜ୍ଞପ୍ତି ।

ସେଥିରେ ରହିଛି ସମ୍ବଲପୁର, କେନ୍ଦୁଝର, ଢ଼େଙ୍କାନାଳ, କଟକ, ପୁରୀ ଓ ଭୁବନେଶ୍ୱର । ମେ’ ୨୫ ତାରିଖରେ ପଡିବ ଭୋଟ୍ । ଆଜିଠାରୁ ମେ’ ୬ ଯାଏଁ ନାମାଙ୍କନ ଦାଖଲ କରାଯିବ । ମେ’ ୭ରେ ନାମାଙ୍କନ ଯାଞ୍ଚ ଓ ୯ ସୁଦ୍ଧା ପ୍ରାର୍ଥିପତ୍ର ପ୍ରତ୍ୟାହାର ପାଇଁ ସୁଯୋଗ ମିଳିବ । ସମ୍ବଲପୁର ସଂସଦୀୟ କ୍ଷେତ୍ରରେ ମତଦାନ ସମୟ ନେଇ ସୂଚନା ଜାରି ହୋଇଛି । କୁଚିଣ୍ଡା ଓ ରେଢ଼ାଖୋଲରେ ସକାଳ ୭ଟାରୁ ୪ଟା ଯାଏଁ ମତଦାନ ହେବ । ଦେବଗଡ଼ରେ ସକାଳ ୭ଟାରୁ ୫ଟା ଯାଏଁ ଭୋଟ ଗ୍ରହଣ କରାଯିବ । ସମ୍ବଲପୁର, ଛେଣ୍ଡିପଦା, ଆଠମଲ୍ଲିକରେ ସକାଳ ୭ରୁ ସନ୍ଧ୍ୟା ୬ଟା ଭୋଟିଂ ହେବ । ଅନ୍ୟ ସମସ୍ତ ଆସନରେ ସକାଳ ୭ଟାରୁ ସନ୍ଧ୍ୟା ୬ ଟା ଯାଏଁ ଭୋଟ୍ ଗ୍ରହଣ କରାଯିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି