Masthead

ହେଲାନି ପ୍ରାର୍ଥୀ ପରିବର୍ତ୍ତନ, ନିରାଶ ହେଲେ ସମୀର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ବିଜେଡି ପକ୍ଷରୁ ବାକି ଥିବା ୩ ଆସନରେ ପ୍ରାର୍ଥୀ ଘୋଷଣା କରାଯାଇଛି । କୋରେଇ, ଖଣ୍ଡପଡ଼ା ଓ ନୀଳଗିରି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ଦଳ । କୋରେଇରୁ ସଂଧ୍ୟାରାଣୀ ଦାସ, ଖଣ୍ଡପଡ଼ାରୁ ସାବିତ୍ରୀ ପ୍ରଧାନ, ନୀଳଗିରିରୁ ପ୍ରାର୍ଥୀ ହେଲେ ସୁକାନ୍ତ କୁମାର ନାୟକ । ସେପଟେ ଦେବଗଡ଼ ବିଧାନସଭା ପ୍ରାର୍ଥୀ ବଦଳାଇଲା ବିଜେଡି । ରୋମାଞ୍ଚ ରଂଜନ ବିଶ୍ୱାଳଙ୍କୁ ପ୍ରାର୍ଥୀ ଘୋଷଣା କରିଛି ଦଳ । ପୂର୍ବରୁ ବିଜେଡି ଦେବଗଡ଼ ବିଧାନସଭା ଆସନରୁ ଅରୁନ୍ଧତୀ ଦେବୀଙ୍କୁ ଟିକେଟ୍‌ ଦେଇଥିଲା । କିନ୍ତୁ ଆଜି ଏହି ଆସନରେ ପ୍ରାର୍ଥୀ ପରିବର୍ତ୍ତନ କରିଛି ଦଳ। ଅରୁନ୍ଧତୀ ଦେବୀଙ୍କ ସ୍ଥାନରେ ରୋମାଞ୍ଚ ରଂଜନ ହେଲେ ପ୍ରାର୍ଥୀ ।

କିନ୍ତୁ ସେପଟେ ନିରାଶ ହୋଇଛନ୍ତି ସମୀର ଦାଶ । ତାଙ୍କ ଆଶା ମଉଳି ଯାଇଛି । ବିଜେଡି ପୂର୍ବରୁ ସମୀର ଦାଶଙ୍କ ଟିକେଟ କାଟି ନିମାପଡାରୁ ଦିଲ୍ଲୀପ ନାୟକଙ୍କୁ ପ୍ରାର୍ଥୀ କରିଛି । ଟିକେଟ ପରିବର୍ତ୍ତନ ପାଇଁ ଚାପ ପକାଉଥିଲେ ସମୀର । ସମର୍ଥକଙ୍କୁ ଧରି ସଭାସମିତି ଓ ରୋଡ ସୋ’ ଜରିଆରେ ଚାପ ପକାଉଥିଲେ । ଏହି ପ୍ରାର୍ଥୀ ତାଲିକା ଘୋଷଣାରେ ଦେବଗଡରେ ପ୍ରାର୍ଥୀ ପରିବର୍ତ୍ତନ କରାଗଲା ହେଲେ ନିମାପଡାରେ କୌଣସି ପରିବର୍ତ୍ତନ ହେଲାନାହିଁ । ସମୀର ଦାଶ ୨୦୦୯ରୁ ନିମାପଡାରେ ବିଜେଡି ଟିକେଟରୁ ଜିତିଆସୁଥିଲେ । ସେ ୩ଥର ବିଧାୟକ ରହିବା ସହ ଗଣଶିକ୍ଷା ମନ୍ତ୍ରୀ ମଧ୍ୟ ରହିଥିଲେ । ହେଲେ ୨୦୨୪ ନିର୍ବାଚନ ପାଇଁ ଦଳ ତାଙ୍କ ଟିକେଟ କାଟିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ