Masthead

ଦାଦନ ସମସ୍ୟାର ସମାଧାନ ନକରିବାରେ ବି ରେକର୍ଡ କରିଛନ୍ତି ନବୀନ: ସମୀର ମହାନ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ନବୀନ ବାବୁଙ୍କ ଶାସନ କାଳ ଜ୍ୟୋତି ବସୁଙ୍କଠୁ ଅଧିକ ହୋଇଛି । ଏହା ସତ୍ୟ କିନ୍ତୁ ଏହି ୨୩ ବର୍ଷ ୧୩୮ ଦିନ ଭିତରେ ପ୍ରତିଶ୍ରୁତି ଦେବା ଓ ପାଳନ ନକରିବାର ରେକର୍ଡ ବି କରିଛନ୍ତି ନବୀନ ପଟ୍ଟନାୟକ ବୋଲି କହିଛନ୍ତି ପୂର୍ବତନ ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତି । ସେ କହିଛନ୍ତି ଜନପ୍ରତିନିଧିମାନେ ସାଂସଦ, ବିଧାୟକ, ମନ୍ତ୍ରୀଙ୍କଠୁ ନେଇ ସରପଞ୍ଚଙ୍କ ପର୍ଯ୍ୟନ୍ତ ଜଣେ ସଚିବ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସହାୟକଙ୍କ ପାଇଁ ଚୌକି ପକାଉଛନ୍ତି ।

ଲୋକ ଯୋଗାଡ଼ କରୁଛନ୍ତି ଏହାବି ନବୀନ ବାବୁଙ୍କ ୨୩ ବର୍ଷ ଶାସନର ଆଉ ଏକ ରେକର୍ଡ । ଏପରିକି ଭାରତୀୟ ରାଜନୀତି ଇତିହାସରେ ବି ଏକ ରେକର୍ଡ । ପ୍ରତି ବ୍ଲକରେ ୩୫ ପ୍ରତିଶତ ଜଳସେଚନ, ପ୍ରତି ବ୍ଲକରେ ଶୀତଳ ଭଣ୍ଡାର, ଚାଷୀଙ୍କ ରୋଜଗାର ଦୁଇଗୁଣ, ଦାଦନ ସମସ୍ୟାର ସମାଧାନ, ଶିଳ୍ପାୟନ ଓ ସ୍ଥାନୀୟ ଲୋକଙ୍କୁ ନିଯୁକ୍ତି ଦେବା, ଶିଶୁ ଓ ଗର୍ଭବତୀ ମହିଳାଙ୍କ ଅପପୃଷ୍ଟି ଭଳି ପ୍ରତିଶ୍ରୁତି ପାଳନ ନ କରିବାର ରେକର୍ଡ ବି କରିଛନ୍ତି ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ