Masthead

ପ୍ରଶ୍ନକାଳରେ ବିରୋଧୀ କିଛି ପ୍ରଶ୍ନକୁ ସାମ୍ନା ନ କରିବାକୁ ଏପରି କରିଛନ୍ତି: ସମୀର ରଞ୍ଜନ ଦାଶ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ହୋଇଥିବା ବେଳେ ଏହାକୁ ଖଣ୍ଡନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୌଣସି ବି ପ୍ରଶ୍ନପତ୍ର ଲିକ ହୋଇନି ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଆଜି ମାଟ୍ରିକ ପରୀକ୍ଷାର ଶେଷ ଦିନ । ପୂର୍ବରୁ ବୋର୍ଡ ଓ ମୋ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ଯେ ଏହା ମୁଦ୍ରଣ ଜନିତ ତ୍ରୁଟି ଥିଲା । ଛାତ୍ରଛାତ୍ରୀ କି ଅଭିଭାବକ ବ୍ୟସ୍ତ ହେବା ଦରକାର ନାହିଁ ବୋଲି କହିଛନ୍ତି ସମୀର ରଞ୍ଜନ ଦାଶ । ମାର୍କିଂ ସମୟରେ ପିଲାମାନଙ୍କ ସ୍ୱାର୍ଥକୁ ଦେଖାଯିବ ।

ଆଜି ପୁରୀ ଜିଲ୍ଲାରେ ଯେଉଁ ପ୍ରଶ୍ନପତ୍ର ଲିକ କଥା ବିରୋଧୀ କହୁଛନ୍ତି, ସେ ତଥ୍ୟ ଆମ ପାଖରେ ନଥିବା କହିଛନ୍ତି ମନ୍ତ୍ରୀ । ଏ ନେଇ ବୋର୍ଡ ସଭାପତି, ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ, ପୁରୀ ଜିଲ୍ଲାପାଳଙ୍କ ସହ ମୁଁ କଥା ହୋଇଛି । କିଛି ପ୍ରଶ୍ନପତ୍ର ଲିକ ହୋଇନି । ସମୀର କହିଛନ୍ତି, ମତେ ଲାଗୁଛି ପ୍ରଶ୍ନକାଳରେ କିଛି ପ୍ରଶ୍ନକୁ ବିରୋଧୀ ସାମ୍ନା ନ କରିବାକୁ ଏପରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଟିକେଟ କଳାବଜାରି, ୪ ଅଟକ 🔴 ଆଜି ବାରବାଟୀରେ କରିବେ ଅଭ୍ୟାସ ଉଭୟ ଟିମ୍‌ର ଖେଳାଳି 🔴 ହାଡ଼ଭଙ୍ଗା ଜାଡ଼ରେ ପୂରା ରାଜ୍ୟ ଥରିବ 🔴 ‘୨୪ ଘଣ୍ଟାରେ ଉତ୍ତର ଦିଅ…ନହେଲେ କାର୍ଯ୍ୟାନୁଷ୍ଠାନ’ 🔴 ୩୧୨ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ ମୁଖ୍ୟମନ୍ତ୍ରୀ 🔴 ମହାପ୍ରଭୁଙ୍କ ଛୁଆଁ ମହାସ୍ନାନ 🔴 କାଲୁଆ ପବନ କରିବ କଲବଲ 🔴 ଆଜି ବି ସରଗରମ ରହିବ ବିଧାନସଭା 🔴 ଶୀତରେ ଥରୁଛି ପୂରା ଓଡ଼ିଶା 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ