Masthead

ପ୍ରଶ୍ନକାଳରେ ବିରୋଧୀ କିଛି ପ୍ରଶ୍ନକୁ ସାମ୍ନା ନ କରିବାକୁ ଏପରି କରିଛନ୍ତି: ସମୀର ରଞ୍ଜନ ଦାଶ

ଭୁୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମାଟ୍ରିକ ପରୀକ୍ଷା ପ୍ରଶ୍ନପତ୍ର ଲିକ୍ ଅଭିଯୋଗ ହୋଇଥିବା ବେଳେ ଏହାକୁ ଖଣ୍ଡନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୌଣସି ବି ପ୍ରଶ୍ନପତ୍ର ଲିକ ହୋଇନି ବୋଲି ସ୍ପଷ୍ଟ କରିଛନ୍ତି ମନ୍ତ୍ରୀ ସମୀର ରଞ୍ଜନ ଦାଶ । ଆଜି ମାଟ୍ରିକ ପରୀକ୍ଷାର ଶେଷ ଦିନ । ପୂର୍ବରୁ ବୋର୍ଡ ଓ ମୋ ପକ୍ଷରୁ ସ୍ପଷ୍ଟ କରାଯାଇଥିଲା ଯେ ଏହା ମୁଦ୍ରଣ ଜନିତ ତ୍ରୁଟି ଥିଲା । ଛାତ୍ରଛାତ୍ରୀ କି ଅଭିଭାବକ ବ୍ୟସ୍ତ ହେବା ଦରକାର ନାହିଁ ବୋଲି କହିଛନ୍ତି ସମୀର ରଞ୍ଜନ ଦାଶ । ମାର୍କିଂ ସମୟରେ ପିଲାମାନଙ୍କ ସ୍ୱାର୍ଥକୁ ଦେଖାଯିବ ।

ଆଜି ପୁରୀ ଜିଲ୍ଲାରେ ଯେଉଁ ପ୍ରଶ୍ନପତ୍ର ଲିକ କଥା ବିରୋଧୀ କହୁଛନ୍ତି, ସେ ତଥ୍ୟ ଆମ ପାଖରେ ନଥିବା କହିଛନ୍ତି ମନ୍ତ୍ରୀ । ଏ ନେଇ ବୋର୍ଡ ସଭାପତି, ପୁରୀ ଜିଲ୍ଲା ଶିକ୍ଷା ଅଧିକାରୀ, ପୁରୀ ଜିଲ୍ଲାପାଳଙ୍କ ସହ ମୁଁ କଥା ହୋଇଛି । କିଛି ପ୍ରଶ୍ନପତ୍ର ଲିକ ହୋଇନି । ସମୀର କହିଛନ୍ତି, ମତେ ଲାଗୁଛି ପ୍ରଶ୍ନକାଳରେ କିଛି ପ୍ରଶ୍ନକୁ ବିରୋଧୀ ସାମ୍ନା ନ କରିବାକୁ ଏପରି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ