Masthead

କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହରୁ ଖୁବଶୀଘ୍ର ବାହାରିବ ବାଲି

କୋଣାର୍କ (ବଡ଼ ଖବର ବ୍ୟୁରୋ): ୫ ମାସ ପରେ ପୁନଃ ଆରମ୍ଭ ହେଲା କୋଣାର୍କ ସୂର୍ଯ୍ୟମନ୍ଦିରରେ ବାଲିକଢ଼ା କାର୍ଯ୍ୟ । ଗର୍ଭଗୃହରୁ ଖୁବ ଶୀଘ୍ର ବାହାରିବ ବାଲି ,୧୨୦ ବର୍ଷ ପରେ ଖୋଲିବ ସୂର୍ଯ୍ୟମନ୍ଦିରର ଗର୍ଭଗୃହର ପ୍ରବେଶ ପଥ । ୧୩ ଶହ ଶତାବ୍ଦୀର ନିର୍ମିତ ବିଶ୍ୱଐତିହ୍ୟ କୋଣାର୍କ ସୂର୍ଯ୍ୟମନ୍ଦିର ଗର୍ଭଗୃହ ଦୀର୍ଘ ୧୨୦ ବର୍ଷ ପରେ ପୁଣି ଖୋଲାହେବା ପାଇଁ ଐତିହାସିକ ନିଷ୍ପତି ଏଏସଆଇ ପକ୍ଷରୁ ନିଆଯାଇ ଗତ ଜାନୁୟାରୀ ୩ ତାରିଖରୁ ବାଲି କଢା କାର୍ଯ୍ୟ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ମାର୍ଚ୍ଚ ମାସ ପର୍ଯ୍ୟନ୍ତ ଚାଲିଥିଲା ।ମାତ୍ର କୌଣସି କାରଣକୁ ନେଇ ଏଏସଆଇ ପକ୍ଷରୁ ଏହି ବାଲି କଢା ପ୍ରସ୍ତୁତି କାର୍ଯ୍ୟ ଦୀର୍ଘ ଦିନ ପାଇଁ ବନ୍ଦ ରଖାଯାଇଥିଲା ।

ଗତ ରବିବାର ଏଏସଆଇ ପକ୍ଷରୁ ନିଯୁକ୍ତ ଠିକାଦାର ବିଡ଼ିଆର ଦ୍ୱାରା ୫ମାସ ପରେ ପୁନର୍ବାର ଯୋଜନା ମୁତାବକ କ୍ରେନ ସାହାଯ୍ୟରେ ବଡ଼ ବଡ଼ ଲୁହା ବିମ ସବୁ ଲଗାଯାଇ କାର୍ଯ୍ୟ ଆରମ୍ଭ କରାଯାଉଛି। ଗତ ମାର୍ଚ୍ଚ ମାସରୁ ବାଲି କଢ଼ା ପ୍ରକ୍ରିୟା ବନ୍ଦ ରହିବାରୁ ଏବେ ମନ୍ଦିର ଉତ୍ତର ଓ ପଶ୍ଚିମ କୋଣରେ ଲିଫ୍ଟ ପାଇଁ ମୂଳଦୁଆ ନିର୍ମାଣ ପରେ ଲୁହା ବିମ ଲଗାଯାଇଛି। ଉନ୍ନତ ଜ୍ଞାନକୌଶଳ ପ୍ରୟୋଗ କରାଯାଇ ସ୍ୱତନ୍ତ୍ର ଲିଫ୍ଟ ମାଧ୍ୟମରେ ମନ୍ଦିର ଚୂଡ଼ାର ଗର୍ଭଗୃହରେ ରହିଥିବା ୧୦୩ ବର୍ଷର ବାଲିଗୁଡିକୁ ପର୍ୟ୍ୟାୟ କ୍ରମେ ମନ୍ଦିର ପାଦଦେଶକୁ ସୁରକ୍ଷିତ ଉପାୟରେ ବାହାର କରାଯାଇ ପାଦଦେଶରୁ ପାଇପ ସାହାଯ୍ୟରେ ବାଲି ଗୁଡିକ ସ୍ୱତନ୍ତ୍ର ରାସ୍ତା ଦେଇ ଉତ୍ତର ପଶ୍ଚିମ କୋଣରେ ଏହାକୁ ସୁରକ୍ଷିତ ଭାବେ ରଖାଯିବ । ବାଲି ନିଷ୍କାସନ କାର୍ଯ୍ୟ ସରିଲେ ପର୍ଯ୍ୟଟକଙ୍କ ପାଇଁ ଜଗମୋହନ ଦ୍ବାର ପ୍ରବେଶ ପାଇଁ ସବୁଦିନ ପାଇଁ ଖୋଲିଦିଆଯିବ ବୋଲି ଜଣାପଡିଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ