Masthead

ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ, ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଭକ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ । ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏହା ପରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଦର୍ଶନ ବନ୍ଦ କରାଯିବ । କିନ୍ତୁ ରାତି ୧୨ଟା ଯାଏଁ ଆଡପ ଅବଢ଼ା ମିଳିବ । ଭକ୍ତମାନେ ନାକଚଣା ଦ୍ୱାର ଦେଇ ଆନନ୍ଦବଜାରରୁ ଆଡପ ଅବଢ଼ା ଆଣିପାରିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଓ ଆଳତି ହେବ । ତାପରେ ବଡ ସିଂହାର ଭୋଗ ପରେ ପହୁଡ ଆଳତି କରାଯିବ । ଏହା ପରେ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହେବ । କୋଠ ସୁଆସିଆଁ ସେବକ ସିଂହାସନକୁ ଚାରବନ୍ଧା କାର୍ୟ୍ୟ କରିବେ । ତାପରେ କୁସୁମି ଲାଗି କରାଯିବ । ହେବ । ବାହୁଡା ଦିନ ସକାଳୁ ସମସ୍ତ ନୀତି ଗୋପାଳବଲ୍ଲଭ ଓ ସକାଳ ଧୂପ ପରେ ସେନାପଟା ଲାଗି ହେବ । ଆସନ୍ତାକାଲି ବାହୁଡା ଯାତ୍ରା ପରେ ୨୯ ତାରିଖରେ ଶ୍ରୀଜିଉଙ୍କ ସୁନା ବେଶ, ୩୦ ତାରିଖରେ ଅଧରନୀତି ଏବଂ ଜୁଲାଇ ୧ରେ ନିଳାଦ୍ରୀ ବିଜେ ନୀତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା