Masthead

ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ, ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଭକ୍ତ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ଶ୍ରୀଜିଉଙ୍କ ସନ୍ଧ୍ୟା ଦର୍ଶନ । ଆଡ଼ପ ମଣ୍ଡପରେ ଦର୍ଶନ ଦେବେ ମହାପ୍ରଭୁ । ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଦର୍ଶନ କରିପାରିବେ ଶ୍ରଦ୍ଧାଳୁ । ଏହା ପରେ ଶ୍ରୀଗୁଣ୍ଡିଚା ମନ୍ଦିରରେ ଦର୍ଶନ ବନ୍ଦ କରାଯିବ । କିନ୍ତୁ ରାତି ୧୨ଟା ଯାଏଁ ଆଡପ ଅବଢ଼ା ମିଳିବ । ଭକ୍ତମାନେ ନାକଚଣା ଦ୍ୱାର ଦେଇ ଆନନ୍ଦବଜାରରୁ ଆଡପ ଅବଢ଼ା ଆଣିପାରିବେ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି ।

ମହାପ୍ରଭୁଙ୍କ ସନ୍ଧ୍ୟା ଧୂପ ଓ ଆଳତି ହେବ । ତାପରେ ବଡ ସିଂହାର ଭୋଗ ପରେ ପହୁଡ ଆଳତି କରାଯିବ । ଏହା ପରେ ବାହୁଡା ଯାତ୍ରା ପାଇଁ ପ୍ରସ୍ତୁତି ଆରମ୍ଭ ହେବ । କୋଠ ସୁଆସିଆଁ ସେବକ ସିଂହାସନକୁ ଚାରବନ୍ଧା କାର୍ୟ୍ୟ କରିବେ । ତାପରେ କୁସୁମି ଲାଗି କରାଯିବ । ହେବ । ବାହୁଡା ଦିନ ସକାଳୁ ସମସ୍ତ ନୀତି ଗୋପାଳବଲ୍ଲଭ ଓ ସକାଳ ଧୂପ ପରେ ସେନାପଟା ଲାଗି ହେବ । ଆସନ୍ତାକାଲି ବାହୁଡା ଯାତ୍ରା ପରେ ୨୯ ତାରିଖରେ ଶ୍ରୀଜିଉଙ୍କ ସୁନା ବେଶ, ୩୦ ତାରିଖରେ ଅଧରନୀତି ଏବଂ ଜୁଲାଇ ୧ରେ ନିଳାଦ୍ରୀ ବିଜେ ନୀତି ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 108 ହାର୍ଡକୋର ମାଓବାଦୀ ଆତ୍ମସମର୍ପଣ 🔴 ମଧ୍ୟପ୍ରାଚ୍ୟରେ ଯୁଦ୍ଧ, ଓଡ଼ିଆଙ୍କ ଫେରିବା ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ 🔴 ଶେରଗଡ ଘଟଣାକୁ ନେଇ ହୁଲୁସ୍ତୁଲ ହୋଇପାରେ ଗୃହ