Masthead

ବିଜେଡିରୁ ଇସ୍ତଫା ଦେଲେ ସନ୍ଧ୍ୟାବତୀ ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଜେଡିରୁ ଇସ୍ତଫା ଦେଲେ ରାଜ୍ୟ ଶିଶୁ ଅଧିକାର ସୁରକ୍ଷା କମିସନର ପୂର୍ବତନ ଅଧ୍ୟକ୍ଷା ସନ୍ଧ୍ୟାବତୀ ପ୍ରଧାନ। ଆଜି ଏ ନେଇ ନିଜେ ସନ୍ଧ୍ୟାବତୀ ସୂଚନା ଦେଇଛନ୍ତି। ସେ ନିଜର ଇସ୍ତଫା ପତ୍ର ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ନିକଟକୁ ପଠାଇଛନ୍ତି। ଇସ୍ତଫା ପତ୍ରରେ ସେ ନବୀନ ପଟ୍ଟନାୟକଙ୍କ ଉଦ୍ଦେଶ୍ୟରେ ଲେଖିଛନ୍ତି, ଆମ କଥା ଆପଣଙ୍କ ନିକଟରେ ପହଞ୍ଚି ପାରୁନଥିଲା । ବ୍ୟକ୍ତିଗତ ସ୍ବାର୍ଥ ଥିବା ଏକ ଗ୍ରୁପ୍ ଆପଣଙ୍କୁ ଘେରି ରହୁଛନ୍ତି ।

ଏହି ଗ୍ରୁପ୍ ଘେରିଥିବାରୁ ଆମ କଥା ଆପଣଙ୍କ ନିକଟରେ ପହଞ୍ଚି ପାରୁନାହିଁ । ଆମ ଅଭିଯୋଗ, ପରାମର୍ଶ ଶୁଣିବାକୁ ଆପଣଙ୍କ ଦ୍ବାର ପୂରା ବନ୍ଦ । ସେଥିପାଇଁ ବିଜୁ ଜନତା ଦଳ ଛାଡିବା ସହ ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛି । ପୁରୀ ଜିଲ୍ଲା ଡେଲାଙ୍ଗ ବ୍ଲକ୍ ଅଧୀନସ୍ଥ ମୁନିନ୍ଦା ନିବାସୀ ସନ୍ଧ୍ୟାବତୀ ପ୍ରଧାନ ପୂର୍ବରୁ ପୁରୀ ଜିଲ୍ଲା ପରିଷଦର ସଦସ୍ୟ ଓ ପରେ ଉପାଧ୍ୟକ୍ଷ ଥିଲେ। ସେ ମଧ୍ୟ ଜିଲ୍ଲା ଯୋଜନା କମିଟିର ସଦସ୍ୟ ଭାବେ କାର୍ଯ୍ୟ କରିଥିଲେ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼