Masthead

ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ । ରାତିପାହିଲେ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଛାଡ଼ି ରତ୍ନବେଦୀକୁ ବାହୁଡ଼ିବେ ମହାପ୍ରଭୁ। ଆଜି ଗୁଣ୍ଡିଚା ମନ୍ଦିର ଆଡପ ମଣ୍ଡପର ଶେଷ ଦର୍ଶନ ବା ନବମୀ ସନ୍ଧ୍ୟା ଦର୍ଶନ। ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଭକ୍ତମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରିଛି ପ୍ରଶାସନ। ଅଗଣିତ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି।

ତେବେ ଆଡ଼ପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନର ସ୍ବତନ୍ତ୍ରତା ରହିଛି। ବର୍ଷ ତମାମ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାରେ ଯେତିକି ପୁଣ୍ୟ ମିଳିଥାଏ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଗୋଟିଏ ଦିନ ଦର୍ଶନ କଲେ ସେତିକି ପୁଣ୍ୟ ମିଳିଥାଏ। ବିଭିନ୍ନ ଶାସ୍ତ୍ର, ପୁରାଣରେ ବର୍ଣ୍ଣନା ଅନୁଯାୟୀ ନବମୀ ସନ୍ଧ୍ୟା ଦର୍ଶନ ଦିନ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ସ୍ନାନ କରି ଆଡ଼ପ ମଣ୍ଡପରେ ଦର୍ଶନ ସହିତ ବ୍ରାହ୍ମଣ ଭୋଜନ କରିଥିଲେ। ତେବେ ଏହାଦ୍ବାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି