Masthead

ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ

ପୁରୀ (ବଡ଼ ଖବର ବ୍ୟୁରୋ): ଆଜି ସନ୍ଧ୍ୟା ୬ଟାରୁ ମହାପ୍ରଭୁଙ୍କ ଦର୍ଶନ ବନ୍ଦ । ଶ୍ରୀଗୁଣ୍ଡିଚା ମନ୍ଦିର ସିଂହଦ୍ୱାରରେ ସର୍ବସାଧାରଣ ପ୍ରବେଶ ବନ୍ଦ ରହିବ। ପ୍ରବେଶ ବନ୍ଦ ପରେ ଶ୍ରୀଗୁଣ୍ଡିଚା ମନ୍ଦିର ଶୋଧ ହେବ । ପରେ ଶ୍ରୀଜୀଉଙ୍କର ଗୁରୁତ୍ୱପୂର୍ଣ୍ଣ ନୀତି ସମ୍ପାଦନ ହେବ । ରାତିପାହିଲେ ଜନ୍ମବେଦୀ ଗୁଣ୍ଡିଚା ମନ୍ଦିର ଛାଡ଼ି ରତ୍ନବେଦୀକୁ ବାହୁଡ଼ିବେ ମହାପ୍ରଭୁ। ଆଜି ଗୁଣ୍ଡିଚା ମନ୍ଦିର ଆଡପ ମଣ୍ଡପର ଶେଷ ଦର୍ଶନ ବା ନବମୀ ସନ୍ଧ୍ୟା ଦର୍ଶନ। ସନ୍ଧ୍ୟା ୬ ଟା ପର୍ଯ୍ୟନ୍ତ ଭକ୍ତମାନଙ୍କ ପାଇଁ ଦର୍ଶନ ବ୍ୟବସ୍ଥା କରିଛି ପ୍ରଶାସନ। ଅଗଣିତ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ଜିଲ୍ଲା ଓ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ବ୍ୟବସ୍ଥା ମଧ୍ୟ ଗ୍ରହଣ କରାଯାଇଛି।

ତେବେ ଆଡ଼ପ ମଣ୍ଡପରେ ନବମୀ ସନ୍ଧ୍ୟା ଦର୍ଶନର ସ୍ବତନ୍ତ୍ରତା ରହିଛି। ବର୍ଷ ତମାମ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିବାରେ ଯେତିକି ପୁଣ୍ୟ ମିଳିଥାଏ ଆଡ଼ପ ମଣ୍ଡପରେ ଚତୁର୍ଦ୍ଧା ବିଗ୍ରହଙ୍କୁ ଗୋଟିଏ ଦିନ ଦର୍ଶନ କଲେ ସେତିକି ପୁଣ୍ୟ ମିଳିଥାଏ। ବିଭିନ୍ନ ଶାସ୍ତ୍ର, ପୁରାଣରେ ବର୍ଣ୍ଣନା ଅନୁଯାୟୀ ନବମୀ ସନ୍ଧ୍ୟା ଦର୍ଶନ ଦିନ ଇନ୍ଦ୍ରଦ୍ୟୁମ୍ନ ପୁଷ୍କରିଣୀରେ ସ୍ନାନ କରି ଆଡ଼ପ ମଣ୍ଡପରେ ଦର୍ଶନ ସହିତ ବ୍ରାହ୍ମଣ ଭୋଜନ କରିଥିଲେ। ତେବେ ଏହାଦ୍ବାରା କୋଟି ଜନ୍ମର ପୁଣ୍ୟ ମିଳିଥାଏ ବୋଲି ବିଶ୍ଵାସ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ‘ଏଫଏମ୍ ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଦାୟୀ କଲେଜ କର୍ତ୍ତୃପକ୍ଷ’ 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼