Masthead

ସାନିଟାଇଜ ହେଲା ଶ୍ରୀମନ୍ଦିର

ପୁରୀ (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି । ପୂର୍ବ ନିଷ୍ପତି ଅନୁଯାୟୀ ରବିବାର ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇ ସାନିଟାଇଜ କରାଯାଉଛି । ଅଗ୍ନିଶମ ବାହିନୀ ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର ଚାରିଦ୍ୱାର, ଜୋତା ଷ୍ଟାଣ୍ଡ, କିଓସ୍କ, ବ୍ୟାରିକେଡ଼ ଓ ଅନ୍ୟାନ୍ୟ ସ୍ଥାନକୁ ବିଶୋଧନ କରାଯାଉଛି ।

ଆସନ୍ତା ୨୪ତାରିଖରୁ ଶନିବାର ଓ ରବିବାର ଶ୍ରୀମନ୍ଦିରରେ ଭକ୍ତଙ୍କ ଠାକୁର ଦର୍ଶନ ବନ୍ଦ କରାଯାଇ ବିଶୋଧନ କରାଯିବ । ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାରଠାରୁ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ପ୍ରସ୍ତୁତ ନୂଆ ଏସଓପି ଲାଗୁ କରାଯିବ । ଏଥିପାଇଁ ରାଜ୍ୟ ବାହାରର ଭକ୍ତଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି ।

ରାଜ୍ୟ ବାହାରର ଭକ୍ତମାନେ ଆରଟିପିସିଆର କୋଭିଡ ନେଗେଟିଭ ସାର୍ଟିଫିକେଟ କିମ୍ବା ଟିକାର ଦୁଇଟି ଡୋଜ ନେଇଥିବାର ପ୍ରମାଣପତ୍ର ଦେଖାଇ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିପାରିବେ । ଏହାଛଡା ଭକ୍ତମାନେ ହାତ ସାନିଟାଇଜ କରିବା ଓ ନିୟମ ପାଳନ ପାଇଁ ସ୍ୱତନ୍ତ୍ର କିଓସ୍କ ସ୍ଥାପନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା