Masthead

ସାନିଟାଇଜ ହେଲା ଶ୍ରୀମନ୍ଦିର

ପୁରୀ (ବଡ଼ ଖବର ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରବିବାର ଶ୍ରୀମନ୍ଦିର ଭିତର ଓ ବାହାର ପରିସରକୁ ବିଶୋଧନ କରାଯାଇଛି । ପୂର୍ବ ନିଷ୍ପତି ଅନୁଯାୟୀ ରବିବାର ଭକ୍ତଙ୍କ ଦର୍ଶନ ବନ୍ଦ କରାଯାଇ ସାନିଟାଇଜ କରାଯାଉଛି । ଅଗ୍ନିଶମ ବାହିନୀ ପୌର ସଂସ୍ଥା ଓ ଜିଲ୍ଲା ପ୍ରଶାସନ ଦ୍ୱାରା ଶ୍ରୀମନ୍ଦିରର ଚାରିଦ୍ୱାର, ଜୋତା ଷ୍ଟାଣ୍ଡ, କିଓସ୍କ, ବ୍ୟାରିକେଡ଼ ଓ ଅନ୍ୟାନ୍ୟ ସ୍ଥାନକୁ ବିଶୋଧନ କରାଯାଉଛି ।

ଆସନ୍ତା ୨୪ତାରିଖରୁ ଶନିବାର ଓ ରବିବାର ଶ୍ରୀମନ୍ଦିରରେ ଭକ୍ତଙ୍କ ଠାକୁର ଦର୍ଶନ ବନ୍ଦ କରାଯାଇ ବିଶୋଧନ କରାଯିବ । ସଂକ୍ରମଣକୁ ଦୃଷ୍ଟିରେ ରଖି ସୋମବାରଠାରୁ ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ପ୍ରସ୍ତୁତ ନୂଆ ଏସଓପି ଲାଗୁ କରାଯିବ । ଏଥିପାଇଁ ରାଜ୍ୟ ବାହାରର ଭକ୍ତଙ୍କ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି ।

ରାଜ୍ୟ ବାହାରର ଭକ୍ତମାନେ ଆରଟିପିସିଆର କୋଭିଡ ନେଗେଟିଭ ସାର୍ଟିଫିକେଟ କିମ୍ବା ଟିକାର ଦୁଇଟି ଡୋଜ ନେଇଥିବାର ପ୍ରମାଣପତ୍ର ଦେଖାଇ ଶ୍ରୀମନ୍ଦିର ଭିତରେ ପ୍ରବେଶ କରିପାରିବେ । ଏହାଛଡା ଭକ୍ତମାନେ ହାତ ସାନିଟାଇଜ କରିବା ଓ ନିୟମ ପାଳନ ପାଇଁ ସ୍ୱତନ୍ତ୍ର କିଓସ୍କ ସ୍ଥାପନ କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା