Masthead

ପୁଣି ଫର୍ମକୁ ଫେରିଲେ ସଞ୍ଜୟ ଓ ପ୍ରତାପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଫର୍ମକୁ ଫେରିଲେ ସଞ୍ଜୟ ଓ ପ୍ରତାପ । ପର୍ଯ୍ୟବେକ୍ଷ ଭାବେ କେନ୍ଦ୍ରାପଡ଼ା ପାଇଁ ପ୍ରତାପ ଜେନା ଓ ଭଦ୍ରକ ପାଇଁ ସଞ୍ଜୟ କୁମାର ଦାସ ବର୍ମାଙ୍କୁ ଦାୟିତ୍ୱ ଦେଲେ । ଉଭୟ ନେତାଙ୍କୁ ପର୍ଯ୍ୟବେପକ୍ଷ ଭାବେ ଦାୟିତ୍ୱ ଦେଇଛନ୍ତି ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ । ପୂର୍ବରୁ ପ୍ରମିଳା ମଲ୍ଲିକ କେନ୍ଦ୍ରାପଡା ଜିଲ୍ଲାର ପର୍ଯ୍ୟବେକ୍ଷକ ଥିଲେ । ଅନ୍ୟପଟେ ଦୀର୍ଘଦିନ ପରେ ସାଙ୍ଗଠନିକ ଦାୟିତ୍ୱ ପାଇଛନ୍ତି ସଞ୍ଜୟ ଦାସବର୍ମା । ପୂର୍ବରୁ ସଞ୍ଜୟ ଦଳୀୟ ମୁଖ୍ୟାଳୟର ସାଧାରଣ ସମ୍ପାଦକ ଦାୟିତ୍ୱ ପାଇଥିଲେ ।

କିନ୍ତୁ ଏବେ ପୁଣିଥରେ ସାଙ୍ଗଠନିକ କାର୍ଯ୍ୟକୁ ଫେରିଛନ୍ତି ସଞ୍ଜୟ । ନୂଆ ଦାୟିତ୍ୱ ପାଇବା ପରେ ସଞ୍ଜୟ କହିଛନ୍ତି, ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକ ମତେ ଯେତେବେଳେ ଯେଉଁ ଦାୟିତ୍ଵ ଦେଇଛନ୍ତି, ମୁଁ ତାକୁ ନିଷ୍ଠା ଓ ଆନ୍ତରିକତା ସହ ନିର୍ବାହ କରିଛି। ଏବେ ଯେଉଁ ଦାୟିତ୍ଵ ମିଳିଛି, ତାକୁ ପୂର୍ବ ଭଳି ମୋର ସାଧ୍ୟମତେ ନିର୍ବାହ କରିବି। ମୋ ଉପରେ ଭରସା, ବିଶ୍ୱାସ ଓ ଆସ୍ଥା ପ୍ରକଟ କରିଥିବାରୁ ମୁଁ ବିଜୁ ଜନତା ଦଳର ସଭାପତି ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କୁ କୃତଜ୍ଞତା ଜଣାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା