Masthead

ଜେଲରୁ ଆସି ପ୍ରାର୍ଥୀପତ୍ର ଦାଖଲ କଲେ ଆପ୍ ନେତା ସଞ୍ଜୟ ସିଂ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଦିଲ୍ଲୀ ଏକ୍ସାଇଜ ପଲିସି ମାମଲାରେ ଜେଲରେ ଥିବା ଆପ୍ ନେତା ସଞ୍ଜୟ ସିଂ ରାଜ୍ୟ ସଭା ପାଇଁ ପ୍ରାର୍ଥୀପତ୍ର ଦାଖଲ କରିବାକୁ ଜେଲରୁ ବାହାରିଥିଲେ। ସେ ପୋଲିସ ଭ୍ୟାନରେ ସିଭିଲ ଲାଇନରେ ପହଞ୍ଚି ତାଙ୍କ ନାମାଙ୍କନପତ୍ର ଦାଖଲ କରିଥିଲେ। ସଞ୍ଜୟ ସିଂଙ୍କ ବ୍ୟତୀତ ପୂର୍ବତନ ଦିଲ୍ଲୀ ମହିଳା ଆୟୋଗର ଅଧ୍ୟକ୍ଷା ସ୍ୱାତୀ ମାଲିୱାଲ ମଧ୍ୟ ଆମ ଆଦମୀ ପାର୍ଟି ପକ୍ଷରୁ ରାଜ୍ୟ ସଭା ପାଇଁ ନାମାଙ୍କନ ପତ୍ର ଦାଖଲ କରିଛନ୍ତି।

ଜାନୁଆରୀ ୧୯ ତାରିଖରେ ହେବାକୁ ଥିବା ରାଜ୍ୟସଭା ନିର୍ବାଚନ ପାଇଁ ଦିଲ୍ଲୀରୁ ଆମ ଆଦମୀ ପାର୍ଟି ତିନି ଜଣ ପ୍ରାର୍ଥୀ ଘୋଷଣା କରିଛି। ଏଥିରେ ସଞ୍ଜୟ ସିଂହ ଓ ଏନ୍‌ଡି ଗୁପ୍ତାଙ୍କୁ ପୁଣି ଥରେ ମଉକା ମିଳିଛି। ଏହାପୂର୍ବରୁ ଶନିବାର ଦିନ ସଞ୍ଜୟ ସିଂହଙ୍କୁ ବ୍ୟକ୍ତିଗତ ଭାବେ ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିବାକୁ ଦିଲ୍ଲୀ କୋର୍ଟରୁ ଅନୁମତି ମିଳିଥିଲା। ଶୁକ୍ରବାର ଦିନ ଅଦାଲତ ଜେଲ ଅଧୀକ୍ଷକଙ୍କୁ ନିର୍ବାଚନ ସହ ଜଡିତ ଅଣ୍ଡରଟେକିଂ, ନାମାଙ୍କନ ଫର୍ମ ଏବଂ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ ଦସ୍ତାବିଜରେ ଦସ୍ତଖତ କରିବାକୁ ଅନୁମତି ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ